ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିପାରନ୍ତି । ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇପାରନ୍ତି ଦେବାଶିଷ। ଆଜି ବିଜେପିରେ ଯୋଗ ଦେଇପାରନ୍ତି ଦେବାଶିଷ । ଏନେଇ ଜୋର୍ ଧରିଛି ଚର୍ଚ୍ଚା; କିଛି ମାସ ହେବ ଅସନ୍ତୁଷ୍ଟ ଥିଲେ ଦେବାଶିଷ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅତ୍ୟନ୍ତ ଘନିଷ୍ଠ ଥିବା ଦେବାଶିଷ ବିଭିନ୍ନ କାରଣକୁ ନେଇ ଦଳ ସହିତ ଅସନ୍ତୁଷ୍ଟ ଥିଲେ। ନବୀନ ଓ ତାଙ୍କ ମଧ୍ୟରେ ଧୀରେ ଧୀରେ ଦୂରତା ସୃଷ୍ଟି ହୋଇଥିଲା। ଦିନେ ପାଓ୍ୱର କରିଡରରେ ପାଓ୍ୱରଫୁଲ୍ ଥିବା ଦେବାଶିଷ ଏବେ କୁଆଡେ ଅଲୋଡ଼ା । ତାଙ୍କର ଅନୁଗତମାନଙ୍କୁ ଦଳରେ ଗୁରୁତ୍ଵ ଦିଆଯାଉନଥିଲା।
ଏମିତିକି ତାଙ୍କୁ ଯେଉଁ ବରିଷ୍ଠ ଉପସଭାପତି ପଦ ଦିଆଯାଇଥିଲା, ତାହାକୁ ସେ ପ୍ରତ୍ୟାଖାନ କରିଥିଲେ। ଗତ କିଛି ମାସ ହେଲା ସେ ଦଳୀୟ ବ୍ୟାପାର ବା ସଙ୍ଗଠନରେ ମୁଣ୍ଡ ଖେଳାଉନଥିଲେ। କୌଣସି ଟିପ୍ପଣୀ ଦେବାରୁ ନିଜକୁ ଦୂରେଇ ରଖୁଥିଲେ। ତେବେ ତାଙ୍କ ନୀରବତା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା। ଏବେ ସେ ବିଜେପିରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋରସୋରରେ ହେଉଛି। ସେପଟେ ଏ ସଂପର୍କରେ ଦେବାଶିଷ ଏସମ୍ପର୍କରେ କୌଣସି ପ୍ରତିକ୍ରିୟା ମିଳିନାହିଁ। ଏନେଇ ବିଜେଡି କି ବିଜେପିର କେହି ନେତା ମଧ୍ୟ ମୁହଁ ଖୋଲୁନାହାନ୍ତି। ଦେବାଶିଷ ଯଦି ବିଜେପିରେ ଯୋଗ ଦିଅନ୍ତି, ତେବେ ତାହାର ପ୍ରଭାବ କଟକ, ତିର୍ତ୍ତୋଲ ଓ ପାରାଦୀପ ରାଜନୀତିରେ ଅନୁଭୂତ ହେବ ବୋଲି ଆକଳନ କରାଯାଉଛି।
