Masthead

ରାଜ୍ୟସଭା ନିର୍ବାଚନ; ଆଜି ନାମାଙ୍କନ ଭରିବେ ଦୁଇ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ନାମାଙ୍କନ ଭରିବେ ବିଜେଡିର ୨ ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଭରିବେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ବିଧାନସଭାରେ ନାମାଙ୍କନ ଭରିବେ । ଗତକାଲି ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା ବିଜେଡି । ରାଜ୍ୟରେ ଖାଲି ପଡ଼ିଥିବା ୩ଟି ରାଜ୍ୟସଭା ଆସନ ମଧ୍ୟରୁ ବିଜେଡି ଦୁଇ ଜଣଙ୍କ ନାଁ ଘୋଷଣା କରିଛି। ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି ଦଳ। ତେବେ ତୃତୀୟ ପ୍ରାର୍ଥୀ କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି।

ବର୍ତ୍ତମାନ ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ବିଜେଡି ତିନିଟି ଯାକ ଆସନ ଦଖଲ କରିବାରେ କୌଣସି ସମସ୍ୟା ନାହିଁ। ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ । ଏଥିପାଇଁ ପ୍ରକାଶ ପାଇସାରିଛି ବିଜ୍ଞପ୍ତି । ଫେବ୍ରୁଆରୀ ୧୫ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି । ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଂଚ, ୨୦ରେ ହେବ ପ୍ରାର୍ଥିପତ୍ର ପ୍ରତ୍ୟାହାର । ୨୭ ତାରିଖରେ ଓଡ଼ିଶାର ୩ ଆସନ ସହ ୧୫ ରାଜ୍ୟର ୫୬ଟି ରାଜ୍ୟସଭା ସିଟ୍ ପାଇଁ ହେବ ନିର୍ବାଚନ। ଏପ୍ରିଲ ୩ ତାରିଖରେ ସରୁଛି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ । ଏମାନଙ୍କ ସ୍ଥାନରେ ୩ ଜଣ ଯିବେ ରାଜ୍ୟସଭା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ