Masthead

ପୁଣି ଦଳ ଡେଇଁଲେ ଦେବାଶିଷ

ବରୀ(ବଡ଼ ଖବର ବ୍ୟୁରୋ): ପୁଣି ଦଳ ଡେଇଁଲେ ଦେବାଶିଷ ନାୟକ । ବିଜେପି ଛାଡି କଂଗ୍ରେସରେ ସାମିଲ ହେଲେ ଦେବାଶିଷ ନାୟକ । ଫେବ୍ରୁଆରୀ ୨୫ରେ ବିଜେଡି ଛାଡ଼ି ବିଜେପିରେ ଯୋଗଦେଇଥିଲେ । ମାତ୍ର ୨ ମାସ ୯ ଦିନ ପରେ ବିଜେପି ଛାଡ଼ି କଂଗ୍ରେସରେ ସାମିଲ ହୋଇଛନ୍ତି। ବରୀରୁ ବିଜେପି ଟିକେଟ ପାଇବାକୁ ଆଶା ରଖିଥିଲେ ଦେବାଶିଷ। କିନ୍ତୁ ବିଜେପି ତାଙ୍କୁ ବରୀରୁ ଟିକେଟ ନଦେବାରୁ ସେ ଦଳ ଛାଡ଼ିଛନ୍ତି।

ଦେବାଶିଷ ‍ବରୀରୁ ବିଜେଡି ଟିକେଟରେ ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୦, ୨୦୦୪,୨୦୦୯ ଓ ୨୦୧୪ରେ ସେ ବରୀରୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ବିଜେଡି ତାଙ୍କୁ ଟିକେଟ ଦେଇ ନଥିଲା। ଏଥର ମଧ୍ୟ ତାଙ୍କୁ ଦଳ ଟିକେଟ ଦେବାର କୌଣସି ସମ୍ଭାବନା ନଥିବା ଦେଖି ସେ ବିଜେପିରେ ମିଶିଥିଲେ। କିନ୍ତୁ ବିଜେପି ମଧ୍ୟ ତାଙ୍କୁ ଟିକେଟ ଦେଇ ନଥିଲା। ଏହା ପରେ ଦେବାଶିଷ ସ୍ୱାଧୀନ ଭାବେ ବରୀରୁ ନିର୍ବାଚନ ଲଢ଼ିବେ ବୋଲି ଶୁଣିବାକୁ ମିଳିଥିଲା। ତେବେ ଆଜି ସେ କଂଗ୍ରେସରେ ଯୋଗ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ