Masthead

ପୁଣି ଦଳ ଡେଇଁଲେ ଦେବାଶିଷ

ବରୀ(ବଡ଼ ଖବର ବ୍ୟୁରୋ): ପୁଣି ଦଳ ଡେଇଁଲେ ଦେବାଶିଷ ନାୟକ । ବିଜେପି ଛାଡି କଂଗ୍ରେସରେ ସାମିଲ ହେଲେ ଦେବାଶିଷ ନାୟକ । ଫେବ୍ରୁଆରୀ ୨୫ରେ ବିଜେଡି ଛାଡ଼ି ବିଜେପିରେ ଯୋଗଦେଇଥିଲେ । ମାତ୍ର ୨ ମାସ ୯ ଦିନ ପରେ ବିଜେପି ଛାଡ଼ି କଂଗ୍ରେସରେ ସାମିଲ ହୋଇଛନ୍ତି। ବରୀରୁ ବିଜେପି ଟିକେଟ ପାଇବାକୁ ଆଶା ରଖିଥିଲେ ଦେବାଶିଷ। କିନ୍ତୁ ବିଜେପି ତାଙ୍କୁ ବରୀରୁ ଟିକେଟ ନଦେବାରୁ ସେ ଦଳ ଛାଡ଼ିଛନ୍ତି।

ଦେବାଶିଷ ‍ବରୀରୁ ବିଜେଡି ଟିକେଟରେ ୪ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୦, ୨୦୦୪,୨୦୦୯ ଓ ୨୦୧୪ରେ ସେ ବରୀରୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ବିଜେଡି ତାଙ୍କୁ ଟିକେଟ ଦେଇ ନଥିଲା। ଏଥର ମଧ୍ୟ ତାଙ୍କୁ ଦଳ ଟିକେଟ ଦେବାର କୌଣସି ସମ୍ଭାବନା ନଥିବା ଦେଖି ସେ ବିଜେପିରେ ମିଶିଥିଲେ। କିନ୍ତୁ ବିଜେପି ମଧ୍ୟ ତାଙ୍କୁ ଟିକେଟ ଦେଇ ନଥିଲା। ଏହା ପରେ ଦେବାଶିଷ ସ୍ୱାଧୀନ ଭାବେ ବରୀରୁ ନିର୍ବାଚନ ଲଢ଼ିବେ ବୋଲି ଶୁଣିବାକୁ ମିଳିଥିଲା। ତେବେ ଆଜି ସେ କଂଗ୍ରେସରେ ଯୋଗ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ