Masthead

ରତ୍ନବେଦୀ ଛାଡ଼ି ସ୍ନାନବେଦୀରେ ଦାରୁଦେବତା

ପୁରୀ (ବଡ଼ ଖବର ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ରଥଯାତ୍ରାର ଆଦ୍ୟ ପର୍ବ। ଏହି ଦିନରୁ ହିଁ ଆରମ୍ଭ ହୋଇଥାଏ ଶ୍ରୀଜିଉଙ୍କ ରଥଯାତ୍ରା ପର୍ବ। ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ମହାସ୍ନାନ ଦେଖି ଚର୍ମଚକ୍ଷୁକୁ ପବିତ୍ର କରିବା ପାଇଁ ଚାହିଁ ବସିଥାନ୍ତି ଭକ୍ତଗଣ। ସେଥିପାଇଁ ସଜେଇ ହୋଇଛି ସ୍ନାନବେଦୀ। ଏହି ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ସହିତ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଏ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ।

ସ୍ନାନଯାତ୍ରା ଦେଖିବା ସହ ମହାପ୍ରଭୁଙ୍କ ସାନ୍ନିଧ୍ୟ ଲାଭ କରିବାର ସୁଯୋଗ ପାଉଥିବାରୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ବଢ଼ିବାରେ ଲାଗିଛି। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମାର୍କେଟ ଛକଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯିବା ସହ ପୋଲିସ ପ୍ରଶାସନ ପକ୍ଷରୁ ଆଇନଶୃଙ୍ଖଳା, ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତବର୍ଷ ପଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ସମୁଦାୟ ୩୫୦୦ଜଣ ସୁରକ୍ଷାକର୍ମୀ ଓ ୬୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ସେପଟେ ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡର ବ୍ୟବସ୍ଥା କରାଯାଇଥିବା ବେଳେ ଶ୍ରୀମନ୍ଦିର ଭିତରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ କଡ଼ାକଡ଼ି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ