ଆଜି ଲୋୟର ଅର୍ବିଟରେ କରାଯିବ ଡିବୁଷ୍ଟିଂ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ମିଶନ ଚନ୍ଦ୍ରଯାନ-୩ । ଆଉ ଏକ ପାହାଚ ଚଢିବ ଇସ୍ତ୍ରୋ । ଆଜି ଅପରାହ୍ନ ୪ଟାରେ ଲୋୟର ଅର୍ବିଟରେ କରାଯିବ ଡିବୁଷ୍ଟିଂ । ୨୩ ତାରିଖ ସନ୍ଧ୍ୟା ୫ଟା ୪୭ରେ ଲ୍ୟାଣ୍ଡର ବିକ୍ରମ ସଫ୍ଟ ଲ୍ୟାଣ୍ଡିଂ କରିବ । ସେଥିରୁ ପ୍ରଜ୍ଞାନ ବାହାରକୁ ଆସି ଚନ୍ଦ୍ର ପୃଷ୍ଠରୁ ପଠାଇବ ଆବଶ୍ୟକୀୟ ସୂଚନା । ଚନ୍ଦ୍ରପୃଷ୍ଠରେ ବୁଲି କରିବ ଗବେଷଣା । ଯଦି ଅଗଷ୍ଟ ୨୩ରେ ସଫ୍ଟ ଲ୍ୟାଣ୍ଡିଂ କରିବାରେ ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଏ କ୍ଷେତ୍ରରେ ଆମେରିକା, ପୂର୍ବତନ ସୋଭିଏତ ଋଷ ଓ ଚୀନ ପରେ ଭାରତ ହେବ ଚତୁର୍ଥ ରାଷ୍ଟ୍ର ।

ସେପଟେ ଚନ୍ଦ୍ର ଚାରିପାଖେ ଘୂରି ପୃଥିବୀର ଜଳବାୟୁ ଗବେଷଣା କରିବ ପ୍ରପଲସନ ମଡ୍ୟୁଲ । ଗତକାଲି ପ୍ରୋପଲସନ ମୋଡ୍ୟୁଲରୁ ଅଲଗା ହୋଇଥିଲା ଲ୍ୟାଣ୍ଡର ମୋଡ୍ୟୁଲ । ଲ୍ୟାଣ୍ଡର ମୋଡ୍ୟୁଲର ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞାନ ଅଲଗା ହୋଇଥିଲା । ଅବତରଣ ପୂର୍ବରୁ କକ୍ଷ ପଥରୁ ନିମ୍ନକୁ ଯିବ ଲ୍ୟାଣ୍ଡର ମୋଡ୍ୟୁଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ