Masthead

ଶାଳୀନତା ସଂପନ୍ନ ପୋଷାକ ନ ପିନ୍ଧିଲେ ପ୍ରବେଶ ମନା, ଆଜିଠୁ କରାଯିବ ସଚେତନ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପୋଷାକରେ ଆସିବ ଶାଳୀନତା । ନଚେତ୍ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା। ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଯିବେ ଭକ୍ତ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଛି ଏହି ନିଷ୍ପତ୍ତି । ଆସନ୍ତା ଜାନୁୟାରୀ ୧ ତାରିଖରୁ କଡାକଡି ଭାବେ ଲାଗୁ ହେବ ଏହି ନିର୍ଦ୍ଦେଶ। ଆଜିଠାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରାଥମିକ ଭାବେ ଭକ୍ତଙ୍କ ମଧ୍ୟରେ ଏନେଇ ସଚେତନତା ସୃଷ୍ଟି କରାଯିବ । ଧାର୍ମିକ ମନୋଭାବ ଓ ଆଧ୍ୟାତ୍ମିକତା ଭାବନାକୁ ନେଇ ଭକ୍ତମାନେ ପୋଷାକ ପରିଧାନ ଦିଗରେ ଗୁରୁତ୍ବ ଦେବାକୁ ଅନୁରୋଧ କରାଯାଇଛି ।

ସିଂହଦ୍ଵାରରେ ମୁତୟନ ଜେଟିପି ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକ ତଦାରଖ ଉପରେ ଗୁରୁତ୍ବ ଦେବେ । ଭକ୍ତମାନେ ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ପ୍ରବେଶ କରିବା ନେଇ ସେବାୟତ ଓ ବୁଦ୍ଧିଜୀବୀ ମାନଙ୍କ ତରଫରୁ ପ୍ରଶାସନକୁ ଅନୁରୋଧ କରାଯାଇଥିଲା । ଏନେଇ ଗତକାଲି ଶ୍ରୀମନ୍ଦିର କାର୍ୟ୍ୟାଳୟରେ ନୀତି ସବକମିଟି ବୈଠକରେ ଏହି ପ୍ରସଙ୍ଗକୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା