Masthead

ଶାଳୀନତା ସଂପନ୍ନ ପୋଷାକ ନ ପିନ୍ଧିଲେ ପ୍ରବେଶ ମନା, ଆଜିଠୁ କରାଯିବ ସଚେତନ

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପୋଷାକରେ ଆସିବ ଶାଳୀନତା । ନଚେତ୍ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା। ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ଭିତରକୁ ଯିବେ ଭକ୍ତ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଛି ଏହି ନିଷ୍ପତ୍ତି । ଆସନ୍ତା ଜାନୁୟାରୀ ୧ ତାରିଖରୁ କଡାକଡି ଭାବେ ଲାଗୁ ହେବ ଏହି ନିର୍ଦ୍ଦେଶ। ଆଜିଠାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରାଥମିକ ଭାବେ ଭକ୍ତଙ୍କ ମଧ୍ୟରେ ଏନେଇ ସଚେତନତା ସୃଷ୍ଟି କରାଯିବ । ଧାର୍ମିକ ମନୋଭାବ ଓ ଆଧ୍ୟାତ୍ମିକତା ଭାବନାକୁ ନେଇ ଭକ୍ତମାନେ ପୋଷାକ ପରିଧାନ ଦିଗରେ ଗୁରୁତ୍ବ ଦେବାକୁ ଅନୁରୋଧ କରାଯାଇଛି ।

ସିଂହଦ୍ଵାରରେ ମୁତୟନ ଜେଟିପି ଓ ଶ୍ରୀମନ୍ଦିର ଭିତରେ ରହୁଥିବା ପ୍ରତିହାରୀ ସେବକ ଭକ୍ତଙ୍କ ପୋଷାକ ତଦାରଖ ଉପରେ ଗୁରୁତ୍ବ ଦେବେ । ଭକ୍ତମାନେ ଶାଳୀନତା ଭାବେ ପୋଷାକ ପିନ୍ଧି ଶ୍ରୀମନ୍ଦିର ପ୍ରବେଶ କରିବା ନେଇ ସେବାୟତ ଓ ବୁଦ୍ଧିଜୀବୀ ମାନଙ୍କ ତରଫରୁ ପ୍ରଶାସନକୁ ଅନୁରୋଧ କରାଯାଇଥିଲା । ଏନେଇ ଗତକାଲି ଶ୍ରୀମନ୍ଦିର କାର୍ୟ୍ୟାଳୟରେ ନୀତି ସବକମିଟି ବୈଠକରେ ଏହି ପ୍ରସଙ୍ଗକୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା