Masthead

ରାତି ୩ଟାରେ ପହଡ଼ ଖୋଲିବାକୁ ସେବାୟତ ରାଜି ନୁହନ୍ତି

 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରଶାସନକୁ ବିବାଦ ପିଛା ଛାଡୁନି । କାତ୍ତିକ ପୂର୍ଣ୍ଣିମା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁବାର ତିନି ନିଯୋଗ ସମ୍ପାଦକଙ୍କ ଅନୁପସ୍ଥିତି ପରେ ଶୁକ୍ରବାର ବ୍ରାହ୍ମଣ ଓ ପୂଜାପଣ୍ଡା ନିଯୋଗ ସମ୍ପାଦକଙ୍କ ପକ୍ଷରୁ ମନ୍ଦିର ପ୍ରଶାସନ ପୂର୍ଣ୍ଣିମା ରାତି ୩ଟାରୁ ମନ୍ଦିର ଖୋଲିବାକୁ ନେଇଥିବା ନିଷ୍ପତ୍ତିକୁ ଅଗ୍ରାହ୍ୟ କରିଦେଇଛନ୍ତି । ଦୁଇ ନିଯୋଗ ସମ୍ପାଦକ ମନ୍ଦିର ପ୍ରଶାସନକୁ ଶୁକ୍ରବାର ଲିଖିତ ଭାବେ ଜଣାଇଛନ୍ତି । କାର୍ତ୍ତିକ ପୂର୍ଣ୍ଣିମା ରାତି ୩ଟାରୁ ମନ୍ଦିର ପହଡ଼ ଖୋଲିବା ପାଇଁ ଯେଉଁ ନିଷ୍ପତ୍ତି ନିଆଯାଇଛି ସେଥିରେ ସହଯୋଗ କରାଯିବ ନାହିଁ । ଏହା ସହିତ ଟ୍ରଷ୍ଟ ବୋର୍ଡରେ ନିଯୋଗର ପ୍ରତିନିଧିତ୍ୱ କରୁଥିବା ଦୁଇ ସଭ୍ୟଙ୍କ ଇସ୍ତଫାପତ୍ର ସହକାରୀ ଦେବୋତ୍ତର ଆୟୁକ୍ତଙ୍କୁ ପ୍ରଦାନ କରାଯାଇଛି ।

ଅତୀତରେ ଯେକୌଣସି ଆପତ୍ତି ଅଭିଯୋଗ କରାଗଲେ ସୁଦ୍ଧା ଜିଲ୍ଲା ପ୍ରଶାସନ ଓ ଦେବୋତ୍ତର ଆୟୁକ୍ତ ସ୍ଥାଣୁ ହୋଇ ଚୁପ ରହିଛନ୍ତି । କାର୍ତ୍ତିକ ପୂର୍ଣ୍ଣିମାରେ ମନ୍ଦିର ପହଡ଼ ରାତି ୩ଟା ବଦଳରେ ଭୋର ୫ଟାରେ ଖୋଲିବାକୁ ଦୁଇ ନିଯୋଗ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ସେମାନେ ମନ୍ଦିର ପ୍ରଶାସନକୁ ଅବଗତ କରିଥିବା ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ଓ ପୂଜାପଣ୍ଡା ନିଯୋଗ ସମ୍ପାଦକ ସଚ୍ଚିକାନ୍ତ ପୂଜାପଣ୍ଡା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ