Masthead

କମୁଛି କରୋନା ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କ୍ରମାଗତ ହ୍ରାସ ପାଉଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୪୪୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ସେହିପରି ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୫୪୭ କ୍ୱାରେନଣ୍ଟାଇନ ସେଣ୍ଟରରୁ ଓ ଲୋକାଲ କେସ୍ ରହିଛି ୧୯୨୩ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୪୧୩ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୩୭୦, ଅନୁଗୋଳ ଜିଲ୍ଲାରୁ ୨୨୬, ବାଲେଶ୍ୱରରୁ ୩୧୮, ବରଗଡ଼ରୁ ୮୫, ଭଦ୍ରକରୁ ୧୬୫, ପୁରୀରୁ ୨୪୩, ବଲାଙ୍ଗିରରୁ ୫୬, ବୌଦ୍ଧରୁ ୯୦, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୨୫୨, ଗଜପତିରୁ ୨୬, ଗଞ୍ଜାମରୁ ୪୩, ଜଗତସିଂହପୁରରୁ ୧୪୦, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୯୨, କନ୍ଧମାଳରୁ ୨୮, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୯୬, କୋରାପୁଟରୁ ୮୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୨୧୬, ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଷ୍ଟେଟ୍ ପୁଲ୍ରୁ ୧୦୬ ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ୭୮୨ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୮୯ ହଜାର ୯୬ ଜଣ ସୁସ୍ଥ ହୋଇସାରିଲେଣି। ୫୯ ହଜାର ୩୬୧ ଜଣ ଚିକିତ୍ସାଧୀନ ଅଛନ୍ତି। ଆଉ ୪୫ ଜଣ ଆଖି ବୁଜିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ 🔴 ଚୀନ ସିସିଟିଭିକୁ ଭାରତରେ ନା 🔴 ଖୁବଶୀଘ୍ର ପିଓକେ ଆମର ହେବ 🔴 ଶୀତଳଷଷ୍ଠୀ କୁ ୫୦ଲକ୍ଷ ଅନୁଦାନ 🔴 ୪୦ ବର୍ଷ ପରେ ମାଓ ମୁକ୍ତ ହେଲା ବସ୍ତର 🔴 ନିଶାସକ୍ତ ପୁଅର ନୃଶଂସକାଣ୍ଡ, କୋଦାଳରେ ହାଣି ମା’କୁ କଲା ହତ୍ୟା 🔴 କେନାଲ ବନ୍ଧ ସହ ମାଟି ତାଡିନେଲେ ମାଟି ମାଫିଆ 🔴 ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ 🔴 ଅବପାତରେ ପରିଣତ ହେଲା ଲଘୁଚାପ 🔴 ସ୍ୱାମୀକୁ ହାଣିଦେଲା ସ୍ତ୍ରୀ 🔴 ଶୀତଳ ଷଷ୍ଠୀ ପାଇଁ ଉତ୍ସବ ମୁଖର ରାଜଧାନୀବାସୀ