Masthead

କମୁଛି କରୋନା ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କ୍ରମାଗତ ହ୍ରାସ ପାଉଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୪୪୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ଲଗାତାର ଦ୍ୱିତୀୟ ଦିନ ପାଇଁ ରାଜ୍ୟରେ ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ସେହିପରି ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୫୪୭ କ୍ୱାରେନଣ୍ଟାଇନ ସେଣ୍ଟରରୁ ଓ ଲୋକାଲ କେସ୍ ରହିଛି ୧୯୨୩ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୪୧୩ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁର ଜିଲ୍ଲାରୁ ୩୭୦, ଅନୁଗୋଳ ଜିଲ୍ଲାରୁ ୨୨୬, ବାଲେଶ୍ୱରରୁ ୩୧୮, ବରଗଡ଼ରୁ ୮୫, ଭଦ୍ରକରୁ ୧୬୫, ପୁରୀରୁ ୨୪୩, ବଲାଙ୍ଗିରରୁ ୫୬, ବୌଦ୍ଧରୁ ୯୦, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୨୫୨, ଗଜପତିରୁ ୨୬, ଗଞ୍ଜାମରୁ ୪୩, ଜଗତସିଂହପୁରରୁ ୧୪୦, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୯୨, କନ୍ଧମାଳରୁ ୨୮, କେନ୍ଦ୍ରାପଡ଼ାରୁ ୫୯, କେନ୍ଦୁଝରରୁ ୯୬, କୋରାପୁଟରୁ ୮୭, ମାଲକାନଗିରିରୁ ୭୫, ମୟୂରଭଞ୍ଜରୁ ୨୧୬, ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଷ୍ଟେଟ୍ ପୁଲ୍ରୁ ୧୦୬ ଜଣ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୫୧ ହଜାର ୭୮୨ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୮୯ ହଜାର ୯୬ ଜଣ ସୁସ୍ଥ ହୋଇସାରିଲେଣି। ୫୯ ହଜାର ୩୬୧ ଜଣ ଚିକିତ୍ସାଧୀନ ଅଛନ୍ତି। ଆଉ ୪୫ ଜଣ ଆଖି ବୁଜିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା