Masthead

କମୁଛି ସଂକ୍ରମଣ, ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପଜିଟିଭ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । କିନ୍ତୁ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନଥିବା ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟା ଭିତରେ ୩୬୩୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୯ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪୭୧ କୁ ବୃଦ୍ଧି ପାଇଛି। କରୋନା ମୃତ୍ୟୁରେ ସାମାନ୍ୟ ଆଶ୍ୱସ୍ତି ମିଳିଛି। ୧୪ଟି ଜିଲ୍ଳାରୁ ୩୯ ଜଣ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ଜଣ , କଟକ, ଝାରସୁଗୁଡା. ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂପୁର ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବୌଦ୍ଧ ଓ ସୋନପୁରରୁ ୨ ଲେଖାଏଁ, ବରଗଡ, ଢେଙ୍କାନାଳ, ନବରଙ୍ଗପୁର ଓ ନୂଆପଡାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୬୬ ହଜାର ୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୫ ହଜାର ୮୦୯ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮ ଲକ୍ଷ ୧୭ ହଜାର ୩୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୩୪୭୧ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୮୯୯୮୫୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ