Masthead

କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହାର କମିବାକୁ ଲାଗିଛି । କିନ୍ତୁ ମୃତ୍ୟୁର ହାର ବଢିବଢି ଯାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୨୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୫୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୦୨୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧୫ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି। ଏବେ ସୁଦ୍ଧା ରାଜ୍ୟରେ ୧୪୩୩୫୮୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା