Masthead

କମିବ କାଳବୈଶାଖୀ: ବଢିବ ତାତି

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ତତଲା ତାୱାରେ ସାରା ଓଡ଼ିଶା । କମିବ କାଳବୈଶାଖୀ । ବଢିବ ତାତି । ସାମୟିକ ଆଶ୍ୱସ୍ତି ପରେ ଏବେ ପୁଣି ଥରେ ଉପରମୁହାଁ ହୋଇଛି ସର୍ବୋଚ୍ଚ ତାପମାତ୍ରା। । ଦୁଇଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ଅନୁମାନ କରୁଛି ପାଣିପାଗ ବିଭାଗ । ୬ ଟି ସ୍ଥାନରେ ତାପମାତ୍ରା ସୋମବାର ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ଥିଲା । ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଥିବା ବେଳେ ବଲାଙ୍ଗିର ୪୦.୫ ଡିଗ୍ରୀ ଛୁଇଁଥିଲା ।

ମାଲକାନଗିରି, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଲେଖାଏଁ ରହିଥିଲା । ସୋନପୁର ତାପମାତ୍ରା ୩୯, ବୌଦ୍ଧ ୩୯.୫, ତାଳଚେର ୩୯.୫, ହୀରାକୁଦ ୩୯.୫, ବାରିପଦା ୩୯.୬ ଡିଗ୍ରୀ ଥିଲା । ଭୁବନେଶ୍ୱର ତାପମାତ୍ରା ୩୭.୫ ଡିଗ୍ରୀ ଥିଲା । ଦିନବେଳା ପାରଳାଖେମୁଣ୍ଡିରେ କାଳବୈଶାଖୀଜନିତ ବର୍ଷା ହୋଇଥିଲା । ପାଣିପାଗ ବିଭାଗର କହିବାନୁସାରେ, ଆସନ୍ତା ଦୁଇଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହି ଦୁଇ ଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ । ଦୁଇଦିନ ପରେ ପୁଣି ତାପମାତ୍ରା ଖସିବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ