Masthead

କମିବ କାଳବୈଶାଖୀ: ବଢିବ ତାତି

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ତତଲା ତାୱାରେ ସାରା ଓଡ଼ିଶା । କମିବ କାଳବୈଶାଖୀ । ବଢିବ ତାତି । ସାମୟିକ ଆଶ୍ୱସ୍ତି ପରେ ଏବେ ପୁଣି ଥରେ ଉପରମୁହାଁ ହୋଇଛି ସର୍ବୋଚ୍ଚ ତାପମାତ୍ରା। । ଦୁଇଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ଅନୁମାନ କରୁଛି ପାଣିପାଗ ବିଭାଗ । ୬ ଟି ସ୍ଥାନରେ ତାପମାତ୍ରା ସୋମବାର ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ଥିଲା । ସୁନ୍ଦରଗଡ଼ରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଥିବା ବେଳେ ବଲାଙ୍ଗିର ୪୦.୫ ଡିଗ୍ରୀ ଛୁଇଁଥିଲା ।

ମାଲକାନଗିରି, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡ଼ାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଲେଖାଏଁ ରହିଥିଲା । ସୋନପୁର ତାପମାତ୍ରା ୩୯, ବୌଦ୍ଧ ୩୯.୫, ତାଳଚେର ୩୯.୫, ହୀରାକୁଦ ୩୯.୫, ବାରିପଦା ୩୯.୬ ଡିଗ୍ରୀ ଥିଲା । ଭୁବନେଶ୍ୱର ତାପମାତ୍ରା ୩୭.୫ ଡିଗ୍ରୀ ଥିଲା । ଦିନବେଳା ପାରଳାଖେମୁଣ୍ଡିରେ କାଳବୈଶାଖୀଜନିତ ବର୍ଷା ହୋଇଥିଲା । ପାଣିପାଗ ବିଭାଗର କହିବାନୁସାରେ, ଆସନ୍ତା ଦୁଇଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ । ଏହି ଦୁଇ ଦିନ ଭିତରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିଯିବ । ଦୁଇଦିନ ପରେ ପୁଣି ତାପମାତ୍ରା ଖସିବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଦୁଇ କିମି ଖଟିଆରେ ବୁହା ହେଲା ଶବ