Masthead

କମିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଆସ୍ତେ ଆସ୍ତେ କମିବାରେ ଲାଗିଛି ସଂକ୍ରମଣ ସଂଖ୍ୟା । ଗତ ଦୁଇ ମାସ ମଧ୍ୟରେ ସବୁଠୁ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୪ ଲକ୍ଷ ଟ୍ରେଣ୍ଡ ପରେ ୨ ଲକ୍ଷ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୧୪ ହଜାର ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେପଟେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟାରେ କିନ୍ତୁ ସେତେଟେ ଆଖି ଦୃଶିଆ ଫରକ ଆସିନାହିଁ ।

ଦିନକରେ କରୋନାରେ ଆକ୍ରାନ୍ତ ହୋଇ ଦେଶରେ ୧୬୭୭ ଜଣ ପ୍ରାଣ ହରାଇଛନ୍ତି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୮୮,୦୯,୩୩୯ ଓ ମୃତ୍ୟୁସଂଖ୍ୟା ୩,୪୬,୭୫୯ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୮୯,୨୩୨ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥ ସଂଖ୍ୟା ୨,୬୯,୮୪,୭୮୧ରେ ପହଞ୍ଚିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୭୭,୭୯୯ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨୩,୧୩,୨୨,୪୧୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା