ଓଡ଼ିଶାକୁ ଛୁଇଁ ଚାଲିଯିବ ଗଭୀର ଅବପାତ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ) : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇଛି । ଏହା ଅତି ମନ୍ଥର ଗତିରେ ସ୍ଥଳ ଭାଗ ଆଡକୁ ମୁହାଁଇଛି । ଅପରାହ୍ନ ୩ସୁଦ୍ଧା ନିଆଯାଇଥିବା ତଥ୍ୟ ଅନୁଯାୟୀ ଘଣ୍ଟାପ୍ରତି ଏହାର ବେଗ ୩ କିଲୋମିଟର ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଗଭୀର ଅବପାତରେ ବିଶାଖାପାଟଣା ଠାରୁ ୨୮୦ କିମି ଓ କାକିନାଡା ଠାରୁ ୩୨୦ କିମି ଦୂରରେ ରହିଛି ।

ଗଭୀର ଅବପାତର ବେଗ ମନ୍ଥର ଥିବାରୁ ଏହା ୧୩ ତାରିଖ ବିଳମ୍ବିତ ରାତିରେ ଆନ୍ଧ୍ର ଉପକୂଳ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଗଭୀର ଅବପାତଟି ଆନ୍ଧ୍ରର ବିଜୟୱାଡା ଓ ଓଡ଼ିଶାର ମାଲକାନିଗିର ଜିଲ୍ଲା ମଧ୍ୟରେ ଅତିକ୍ରମ କରିବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଜପତି, ମାଲକାନିଗିରି, ରାୟଗଡା, କୋରାପୁଟ, ନବରଙ୍ଗପୁର ଜିଲ୍ଲାଗୁଡିକରେ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହା ବ୍ୟତୀତ ଉପକୂଳର ଗଞ୍ଜାମ, ପୁରୀ , ଖୋର୍ଦ୍ଧା, ନୟାଗଡ ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ।
ବର୍ଷା ସହିତ ଘଣ୍ଟା ପ୍ରତି ୫୫ରୁ ୭୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିବ । ସମୁଦ୍ର ଅଶାନ୍ତ ରହିବ । ପ୍ରାୟ ୧୨ଫୁଟ ଉଚ୍ଚ ପର୍ଯ୍ୟନ୍ତ ଜୁଆର ଉଠିବ ବୋଲି ସୂଚନା ମିଳିଛି । ଏହି ସମୟରେ ମତ୍ସଜୀବୀ ମାନେ ସମୁଦ୍ରକୁ ନ ଯିବା ପାଇଁ ସତର୍କ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ