Masthead

ପୂଜା ବଜାରରେ ଏବେ ବାତ୍ୟା ଭୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂଜା ବଜାରରେ ଏବେ ବାତ୍ୟା ଭୟ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ରୂପ ନେଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ  ମିଳିଥିବା ସୂଚନା ଅନୁସାରେ ପାରାଦୀପ ଠାରୁ ଦକ୍ଷିଣରେ ୪୦୦ କିମି ଦୂରରେ ରହିଛି । ଆଜି ୧୦ ଟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ଏହି ବାତ୍ୟାର ନାଁ ରହିବ ‘ହମୁନ୍’ । ସମୁଦ୍ର ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାଂଲାଦେଶ ଉପକୂଳ ଆଡକୁ ଯିବ ।

ଏହାର ବିଶେଷ ପ୍ରଭାବ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପରେ ଥିବା କଥା କୁହାଯାଉଥିଲେ ବି ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଆଜି ସନ୍ଧ୍ୟାରୁ ୨୬ ତାରିଖ ଯାଏଁ ବର୍ଷାର ପ୍ରଭାବ ଦେଖବାକୁ ମିଳିବ । ୨୪ ତାରିଖ ଅର୍ଥାତ ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବ । ଏହା ସହ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ ଆଦି ସ୍ଥାନରେ ମଧ୍ୟ କୋହଲା ପାଗ ରହିବ । ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିବ । ୨୬ ତାରିଖରେ ଭଦ୍ରକ ,ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

 ବାତ୍ୟା ‘ହମୁନ’ ପ୍ରଭାବକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୨୩ ରୁ ୨୬ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟମକୁ ଏହି ସମୟରେ ନ ଯିବାକୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ପବନର ବେଗ ୬୦ ରୁ ୮୦ କିଲୋମିଟର ଯାଏଁ ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି । ଫଳରେ ଫସଲ ଗୁଡିକ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି । ସେଥିପାଇଁ ଚାଷୀମାନଙ୍କୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟରେ ସମସ୍ତ ବନ୍ଦରରେ ୩ ନଂ ବିପଦ ସଂକେତ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର