Masthead

ପୂଜା ବଜାରରେ ଏବେ ବାତ୍ୟା ଭୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂଜା ବଜାରରେ ଏବେ ବାତ୍ୟା ଭୟ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ରୂପ ନେଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ  ମିଳିଥିବା ସୂଚନା ଅନୁସାରେ ପାରାଦୀପ ଠାରୁ ଦକ୍ଷିଣରେ ୪୦୦ କିମି ଦୂରରେ ରହିଛି । ଆଜି ୧୦ ଟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ଏହି ବାତ୍ୟାର ନାଁ ରହିବ ‘ହମୁନ୍’ । ସମୁଦ୍ର ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାଂଲାଦେଶ ଉପକୂଳ ଆଡକୁ ଯିବ ।

ଏହାର ବିଶେଷ ପ୍ରଭାବ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପରେ ଥିବା କଥା କୁହାଯାଉଥିଲେ ବି ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଆଜି ସନ୍ଧ୍ୟାରୁ ୨୬ ତାରିଖ ଯାଏଁ ବର୍ଷାର ପ୍ରଭାବ ଦେଖବାକୁ ମିଳିବ । ୨୪ ତାରିଖ ଅର୍ଥାତ ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବ । ଏହା ସହ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ ଆଦି ସ୍ଥାନରେ ମଧ୍ୟ କୋହଲା ପାଗ ରହିବ । ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିବ । ୨୬ ତାରିଖରେ ଭଦ୍ରକ ,ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

 ବାତ୍ୟା ‘ହମୁନ’ ପ୍ରଭାବକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ୨୩ ରୁ ୨୬ ତାରିଖ ଯାଏଁ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟମକୁ ଏହି ସମୟରେ ନ ଯିବାକୁ ପରାମର୍ଶ ଦିଆଯାଇଛି । ଏହି ସମୟରେ ପବନର ବେଗ ୬୦ ରୁ ୮୦ କିଲୋମିଟର ଯାଏଁ ଛୁଇଁପାରେ ବୋଲି ପୂର୍ବାନୁମାନ କରାଯାଇଛି । ଫଳରେ ଫସଲ ଗୁଡିକ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି । ସେଥିପାଇଁ ଚାଷୀମାନଙ୍କୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟରେ ସମସ୍ତ ବନ୍ଦରରେ ୩ ନଂ ବିପଦ ସଂକେତ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼