ବିବାଦରେ ଦୀପ ସିଦ୍ଧୁ

ବଡ଼ ଖବର: ଗଣତନ୍ତ୍ର ଦିବସ ଦିଲ୍ଲୀରେ କୃଷକଙ୍କ ହିଂସାକାଣ୍ଡରେ ବିବାଦକୁ ଆସିଛନ୍ତି ପଞ୍ଜାବୀ ଅଭିନେତା ଦୀପ ସିଦ୍ଧୁ । ସିଦ୍ଧୁଙ୍କ ବିରୋଧରେ ଅଭିଯୋଗ ଆସିଛି ଯେ, ସେ କୃଷକଙ୍କୁ ଲାଲକିଲ୍ଲା ଆଡକୁ ନେଇଥିଲେ । ସିଦ୍ଧୁଙ୍କ ସହ ଅନ୍ୟ ଜଣେ ଲାଖା ସିଦ୍ଧାନା କୃଷକଙ୍କୁ ଲାଲକିଲ୍ଲା ଆଡକୁ ଯିବାକୁ ଉସୁକାଇଥିଲେ । ଏହାକୁ ନେଇ ଦୀପ ସିଦ୍ଧୁ ସୋସିଆଲ ମିଡିଆରେ କହିଛନ୍ତି, ଗଣତାନ୍ତ୍ରିକ ଅଧିକାରର ସେ ପ୍ରୟୋଗ କରିଛନ୍ତି । ସନ୍ନି ଦେୱଲଙ୍କ ସହ ମିଶି ଦିପ୍ ସିଦ୍ଧୁ ନିର୍ବାଚନ ପ୍ରଚାର କରିଥିଲେ । ଏ ନେଇ ଅଭିନେତା ସନ୍ନି ଦେୱଲ ଟ୍ୱିଟ କରି କହିଛନ୍ତି ଦୀପ ସିଦ୍ଧୁ କିଏ ସେ ତାଙ୍କୁ ଜାଣି ନାହାନ୍ତି । ଲାଲକିଲ୍ଲାରେ ଘଟିଥିବା ହିଂସାକାଣ୍ଡକୁ ନିନ୍ଦା କରିଥିଲେ । ପୂର୍ବରୁ ଦୀପ ସିଦ୍ଧୁଙ୍କ ସହ ତାଙ୍କର କିମ୍ବା ତାଙ୍କ ପରିବାରର କୌଣସି ସମ୍ପର୍କ ନାହିଁ ବୋଲି ସେ ୬ ଡ଼ିସେମ୍ବରରେ ଟ୍ୱିଟ କରି ଜଣାଇଥିବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ