ଗିନିଜ ବିଶ୍ୱ ରେକର୍ଡ କଲା ଅଯୋଧ୍ୟା ଦୀପୋତ୍ସବ

ଏକାସାଙ୍ଗରେ ଜଳିଲା ୨୪ ଲକ୍ଷ ଦୀପ, ଝଲସିଲା ଅଯୋଧ୍ୟା

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଝଲସିଲା ଅଯୋଧ୍ୟାର ସରଜୁ ତଟ । ଏକାସାଙ୍ଗରେ ଜଳିଲା ୨୪ ଲକ୍ଷ ଦୀପ । ସରଜୁ ନଦୀର ୫୧ଟି ଘାଟରେ ଏକାଠି ଜଳିଲା ୨୪ ଲକ୍ଷ ଦୀପ । ଏହା ବିଶ୍ୱ ରେକର୍ଡ ବୋଲି କୁହାଯାଉଛି । ତ୍ରେତୟା ଯୁଗରେ ୧୪ ବର୍ଷ ବନବାସ ପରେ ଯେତେବେଳେ ପ୍ରଭୁ ଶ୍ରୀରାମଚନ୍ଦ୍ର ଅଯୋଧ୍ୟାକୁ ଫେରିଥିଲେ, ସେତେବେଳେ ଖୁସିରେ ଘରେ ଘରେ ଦୀପ ଜାଳିଥିଲେ ଏହି ପୌରାଣିକ ନଗୀରର ନରନାରୀ । ଆସନ୍ତାବର୍ଷ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ହେବାକୁ ଥିବା ବେଳେ, ଚଳିତବର୍ଷର ଦୀପୋତ୍ସବକୁ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଅତ୍ୟନ୍ତ ବିଶାଳ ଆକାରରେ ଆୟୋଜନ କରାଯାଇଛି । ଏହି ଅବସରରେ ଲେଜର ଲାଇଟ୍ ସୋ, ବିରାଟ ଏଲଇଡିରେ ରାମାୟଣ ପ୍ରଦର୍ଶନ ଏବଂ ଦେଶର ବିଭିନ୍ନ ପ୍ରାନ୍ତର ଭାଷା, କଳା ଓ ସଂସ୍କୃତି ବି ପ୍ରଦର୍ଶିତ ହୋଇଛି ।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରଜୁ ତଟରେ ଆରତୀରେ ଅଂଶ ଗ୍ରହଣ କରିଥିଲେ । ରାଜ୍ୟପାଳ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉଭୟ ଉପମୁଖ୍ୟମନ୍ତ୍ରୀ, ୫୨ଟି ଦେଶର ଅନେକ ମନ୍ତ୍ରୀ ଏବଂ ରାଷ୍ଟ୍ରଦୂତ ଏହି କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୀପୋତ୍ସବ କେବଳ ଉତ୍ତରପ୍ରଦେଶ ଏବଂ ଅଯୋଧ୍ୟା ପାଇଁ ଏକ ବଡ଼ ଘଟଣା ନୁହେଁ, ବରଂ ପ୍ରଧାନମନ୍ତ୍ରୀଙ୍କ ଏକ ଭାରତ ଶ୍ରେଷ୍ଠ ଭାରତର ଏକ ଅନନ୍ୟ ଆୟୋଜନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ