ଆଜି ଓଡ଼ିଶା ଆସିବେ ରାଜନାଥ ସିଂହ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଭବାନୀପାଟଣା ଓ ରାୟଗଡ଼ାରେ ନିର୍ବାଚନୀ ପ୍ରଚାର । ଦିନ ୧୨ଟା ୪୦ରେ ହେଲିକପ୍ଟର ଯୋଗେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୋଲିସ ଗ୍ରାଉଣ୍ଡରେ ପହଞ୍ଚିବେ। ଦିନ ଗୋଟାଏରେ ସ୍ଥାନୀୟ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାରେ ଉଦ୍‌ବୋଧନ ଦେବେ। ଏଥିରେ ଜିଲ୍ଲା ବିଜେପି ସଭାପତି, ଜିଲ୍ଲା ବିଜେପି ପ୍ରଭାରୀ, କଳାହାଣ୍ଡି ବିଜେପି ଏମ୍‌ପି ପ୍ରାର୍ଥୀ ମାଳବିକା ଦେଓଙ୍କ ସମେତ ଜିଲ୍ଲାର ବିଜେପି ବିଧାୟକ ପ୍ରାର୍ଥୀ ମାନେ ଯୋଗଦେବେ। ଏହାପରେ ଅପରାହ୍ନ ୨ଟା ୪୦ରେ ଭବାନୀପାଟଣାର କାର୍ଯକ୍ରମ ସାରି ରାୟଗଡ଼ା ଅଭିମୁଖେ ଯାତ୍ରା କରିବେ ରାଜନାଥ।

ଅପରାହ୍ଣ ୩ଟା ୧୦ରେ ରାୟଗଡ଼ା ସହର ବାରିଝୋଲା ରୋଡ୍ IACR ଗ୍ରାଉଣ୍ଡରେ ଜନସଭାକୁ ସମ୍ବୋଧିତ କରିବେ ରାଜନାଥ। ସେଠାରେ ସେ ପ୍ରାୟ ୧ ଘଣ୍ଟା ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। ରାଜନାଥଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ବିଜେପି ଶିବିରରେ ଉତ୍ସାହ ଖେଳିଯାଇଥିବା ବେଳେ, ସଭାର ଆୟୋଜନ ପାଇଁ ବ୍ୟାପକ ପ୍ରସ୍ତୁତି ହୋଇଛି। ପ୍ରତିରକ୍ଷା ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପୋଲିସ ପକ୍ଷରୁ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜିଠାରୁ ଦୁଇ ଦିନିଆ ଗସ୍ତରେ ଆସୁଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ। ଆଜି କୋରାପୁଟ ଜିଲ୍ଲାର ୩ଟି ସ୍ଥାନରେ ସଭା କରି  ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ। ଏହାପରେ ଆସନ୍ତାକାଲି ନବରଙ୍ଗପୁରରେ ବି ୩ ସଭା କରିବେ ବିଷ୍ଣୁଦେଓ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ