Masthead

ହଟିଲା ଜଙ୍ଗଲ ଜମି ବାଧକ

୬୮କିମିକୁ ମିଳିଲା ଜଙ୍ଗଲ ଅନୁମତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ ): ହଟିଲା ଜଙ୍ଗଲ ଜମି ବାଧକ । ୬୮କିମିକୁ ମିଳିଲା ଜଙ୍ଗଲ ଅନୁମତି । ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳଲାଇନ ପ୍ରକଳ୍ପରେ ଜଙ୍ଗଲ ଜମିକୁ ମିଳିଛି ଫରେଷ୍ଟ କ୍ଲିୟରାନ୍ସ । ପୁରୁଣାକଟକରୁ ଦଶପାଲା ଯାଏଁ ୬୮ କିଲୋମିଟର ଜଙ୍ଗଲ ଜମିକୁ ଜଙ୍ଗଲ ବିଭାଗ ଅନୁମତି ପ୍ରଦାନ କରିଥିବା ନେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏହି ୬୮କିମି ରେଳ ଲାଇନ କାମ ପାଇଁ ଖୁବ୍‌ଶୀଘ୍ର ଟେଣ୍ଡର ପ୍ରକ୍ରିୟା ହେବ ବୋଲି ସେ ଉଲ୍ଲେଖ କରିଛନ୍ତି। ଏଥିସହିତ, ଜଙ୍ଗଲ ଅନୁମତି ମିଳିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

୨୦୧୯ ମସିହା ଜାନୁଆରି ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଲାଙ୍ଗୀର ଗସ୍ତରେ ଆସି ବଲାଙ୍ଗୀର ପଟୁ ବିଛୁପାଲି ଯାଏ ରେଳ ଚଳାଚଳର ଶୁଭାରମ୍ଭ କରିଥିଲେ । ଏହାରି ଭିତରେ ପ୍ରକଳ୍ପ କାମକୁ ତ୍ୱରାନ୍ୱିତ କରାଯାଇ ସୁବର୍ଣ୍ଣପୁର ଜିଲ୍ଲା ଝାରତରଭା ଷ୍ଟେସନ ଯାଏ ଟ୍ରାଏଲ୍‌ ରନ୍‌ ସରିଛି । ସୁବର୍ଣ୍ଣପୁର ଜିଲ୍ଲାରେ ମୋଟ ୪୯ କିମି ରେଳପଥ ନିର୍ମାଣ ହେବାକୁ ଥିବାବେଳେ ପ୍ରାୟତଃ ଜମି ଅଧିଗ୍ରହଣ ସରିଯାଇଛି । ବୌଦ୍ଧ ଜିଲ୍ଲାରେ ୧୧୦ କିମି ରେଳପଥ ନିର୍ମାଣ ହେବାକୁ ଥିବା ବେଳେ ଘରୋଇ ଜମି, ସରକାରୀ ଜମିର ଅଧିଗ୍ରହଣ ସରିଛି । ସେପଟେ ନୟାଗଡ଼ ପଟରୁ ନୂଆଗାଁ, ମହୀପୁର ଯାଏ ଟ୍ରେନ୍‌ ଗଡ଼ିଛି । ମଝିରେ କେବଳ ଜଙ୍ଗଲ ଜମି ହିଁ ପ୍ରକଳ୍ପ ପାଇଁ ବଡ଼ ସମସ୍ୟା ଥିଲା । ବିଶେଷକରି ବୌଦ୍ଧ ଜିଲ୍ଲାର ପୁରୁଣାକଟକ, ଚାରିଛକରୁ ଦଶପଲ୍ଲା ଯାଏ ଜଙ୍ଗଲ ଜମି ଅନୁମୋଦନ ପାଇନଥିଲା । ଯାହାକୁ ଏବେ ଜଙ୍ଗଲ ଅନୁମତି ମିଳିସାରିଛି। ଏବେ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ କାମ ଦ୍ରୁତଗତିରେ ଆଗେଇବ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା