ଘୁଞ୍ଚିଲା ଡିଏଲ୍‌ ଅବଧି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଘୁଞ୍ଚିଲା ଡିଏଲ୍‌ ଅବଧି । ଏସଟିଏ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା । ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଡ୍ରାଇଭିଂ ଲାଇସେନସ ଅବଧିକୁ ସେପ୍ଟେମ୍ବର ୩୦ ତାରିଖରୁ ଅକ୍ଟୋବର ୩୧ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ଫିଟନେସ, ପରମିଟ, ରେଜିଷ୍ଟ୍ରେସନ ସାର୍ଟିଫିକେଟ ଅବଧିକୁ ମଧ୍ୟ ୩୧ ତାରିଖ ଯାଏଁ ବଢାଇ ଦିଆଯାଇଛି। ତେବେ ଲର୍ଣ୍ଣିଂ ଲାରଇସେନସଧାରୀ ଡିଏଲ ଟେଷ୍ଟ ପାଇଁ ନିଜର ନିକଟସ୍ଥ ଆରଟିଓରେ ସ୍ଲଟ୍ ନ ପାଇଲେ ସେମାନେ ଅନୁରୋଧପୂର୍ବକ ଆରଟିଓ ବଦଳାଇ ସ୍ଲଟ ବୁକିଂ କରିପାରିବେ।

ଯେଉଁମାନେ ଡିଏଲ ଟେଷ୍ଟ ପାଇଁ ଫି ଦେଇଥିବେ ‌ସେମାନେ ଏ ସୁବିଧା ପାଇପାରିବେ । ସେହିଭଳି ଆସନ୍ତା ୧.୨.୨୦୨୦ ସୁଦ୍ଧା ସରୁଥିବା ଫିଟନେସକୁ ଆସନ୍ତା ଅକ୍ଟୋବର ୩୧ ତାରିଖ ଯାଏଁ ଘୁଞ୍ଚାଇ ଦିଆଯାଇଛି । ଆରସି ଗାଡି ପାଇଁ ମଧ୍ୟ ଏହି ବୈ ଧତାକୁ ଅକ୍ଟୋବର ୩୧ ତାରିଖ ପର୍ୟ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ଫେବ୍ରୁଆରି ୧,୨୦୨୦ରେ ସରୁଥିବା ଡିଏଲ ଅବଧିକୁ ମଧ୍ୟ ଅକ୍ଟୋବର ୩୧ ତାରିଖ ପର୍ୟ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ସେହିଭଳି ୧୮.୩.୨୦୨୦ରେ ସରୁଥିବା ଲର୍ଣ୍ଣିଂ ଲାଇସେନ ଅବଧିକୁ ମଧ୍ୟ ଅକ୍ଟୋବର ୩୧ ତାରିଖ ପର୍ୟ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ‌ମାଲବୁହା ଗାଡି ଓ ସ୍କୁଲ ବସ ଗୁଡିକର ପରିମିଟ ଅବଧିକୁ ମଧ୍ୟ ଅକ୍ଟୋବର ୩୧ ତାରିଖ ପର୍ୟ୍ୟନ୍ତ ବଢାଇ ଦିଆଯାଇଛି। ସ୍ଥାୟୀ ପରିମିଟ କ୍ଷେତ୍ରରେ ମଧ୍ୟ ସମାନ ନିୟମ ଲାଗୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ