Masthead

ଘୁଞ୍ଚିଲା ଡିଏଲ୍‌ ଅବଧି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଘୁଞ୍ଚିଲା ଡିଏଲ୍‌ ଅବଧି । ଏସଟିଏ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା । ରାଜ୍ୟ ପରିବହନ କର୍ତ୍ତୃପକ୍ଷ ଡ୍ରାଇଭିଂ ଲାଇସେନସ ଅବଧିକୁ ସେପ୍ଟେମ୍ବର ୩୦ ତାରିଖରୁ ଅକ୍ଟୋବର ୩୧ ତାରିଖକୁ ଘୁଞ୍ଚାଇ ଦେଇଛନ୍ତି। ଫିଟନେସ, ପରମିଟ, ରେଜିଷ୍ଟ୍ରେସନ ସାର୍ଟିଫିକେଟ ଅବଧିକୁ ମଧ୍ୟ ୩୧ ତାରିଖ ଯାଏଁ ବଢାଇ ଦିଆଯାଇଛି। ତେବେ ଲର୍ଣ୍ଣିଂ ଲାରଇସେନସଧାରୀ ଡିଏଲ ଟେଷ୍ଟ ପାଇଁ ନିଜର ନିକଟସ୍ଥ ଆରଟିଓରେ ସ୍ଲଟ୍ ନ ପାଇଲେ ସେମାନେ ଅନୁରୋଧପୂର୍ବକ ଆରଟିଓ ବଦଳାଇ ସ୍ଲଟ ବୁକିଂ କରିପାରିବେ।

ଯେଉଁମାନେ ଡିଏଲ ଟେଷ୍ଟ ପାଇଁ ଫି ଦେଇଥିବେ ‌ସେମାନେ ଏ ସୁବିଧା ପାଇପାରିବେ । ସେହିଭଳି ଆସନ୍ତା ୧.୨.୨୦୨୦ ସୁଦ୍ଧା ସରୁଥିବା ଫିଟନେସକୁ ଆସନ୍ତା ଅକ୍ଟୋବର ୩୧ ତାରିଖ ଯାଏଁ ଘୁଞ୍ଚାଇ ଦିଆଯାଇଛି । ଆରସି ଗାଡି ପାଇଁ ମଧ୍ୟ ଏହି ବୈ ଧତାକୁ ଅକ୍ଟୋବର ୩୧ ତାରିଖ ପର୍ୟ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ଫେବ୍ରୁଆରି ୧,୨୦୨୦ରେ ସରୁଥିବା ଡିଏଲ ଅବଧିକୁ ମଧ୍ୟ ଅକ୍ଟୋବର ୩୧ ତାରିଖ ପର୍ୟ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ସେହିଭଳି ୧୮.୩.୨୦୨୦ରେ ସରୁଥିବା ଲର୍ଣ୍ଣିଂ ଲାଇସେନ ଅବଧିକୁ ମଧ୍ୟ ଅକ୍ଟୋବର ୩୧ ତାରିଖ ପର୍ୟ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ‌ମାଲବୁହା ଗାଡି ଓ ସ୍କୁଲ ବସ ଗୁଡିକର ପରିମିଟ ଅବଧିକୁ ମଧ୍ୟ ଅକ୍ଟୋବର ୩୧ ତାରିଖ ପର୍ୟ୍ୟନ୍ତ ବଢାଇ ଦିଆଯାଇଛି। ସ୍ଥାୟୀ ପରିମିଟ କ୍ଷେତ୍ରରେ ମଧ୍ୟ ସମାନ ନିୟମ ଲାଗୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ