Masthead

ଭୁଶୁଡ଼ିଲା ଦିଲ୍ଲୀ ଏୟାରପୋର୍ଟର ଛାତ; ୪ ଗୁରୁତର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏୟାରପୋର୍ଟରେ ଅଘଟଣ। ଲଗାଣ ବର୍ଷାରେ ଭୁଶୁଡ଼ିଲା ଦିଲ୍ଲୀ ଇନ୍ଦିରା ଗାନ୍ଧି ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତ । ଏଥିରେ ୪ ଜଣ ଆହତ ହୋଇଛନ୍ତି। ଆଜି ଭୋର ପ୍ରାୟ ସାଢ଼େ ୫ଟା ସମୟରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ର ଛାତଟି ଭୁଶୁଡ଼ି ପଡ଼ିଥିଲା। ଼ଛାତ ଭଗ୍ନାଂବଶେଷ  ଗୁଡ଼ିକ ଟର୍ମିନାଲ-୧ରେ ଥିବା କିଛି କାର୍‌ ଉପରେ ପଡ଼ିଥିଲା।

ଛାତ ଭଗ୍ନାଂବଶେଷ ତଳେ କିଛି କାର୍ ଭିତରେ ଚାପି ହୋଇଯାଇଥିଲା।ସେହି ସମୟରେ କାର୍‌ରେ ଲୋକ ମଧ୍ୟ ଥିଲେ। ଅଗ୍ନିଶମ ବିହାନୀ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଲୋକମାନଙ୍କୁ କାର୍‌ ଭିତରୁ ଉଦ୍ଧାର କରିଥିଲେ। ଉଦ୍ଧାର କାର୍ଯ୍ୟରେ ୩ଟି ଦମ କଳବାହିନୀ ନିୟୋଜିତ ହୋଇଛନ୍ତି।  ଦିଲ୍ଲୀ ଅଗ୍ନିଶମ ସେବା ଦ୍ୱାରା ମିଳିଥିବା ସୂଚନା ଅନୁଯାୟୀ ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ