Masthead

ଦିଲ୍ଲୀ ବିଧାନସଭାର ୭୦ ଆସନ ପାଇଁ ଭୋଟ, ୬୯୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ (ବଡ଼ଖବର ବ୍ୟୁରୋ): ଭୋଟ୍ ଦେଉଛି ଦିଲ୍ଲୀ । ରାଜଧାନୀର ସମସ୍ତ ୭୦ଟି ଆସନରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଭୋଟଦାନ ସନ୍ଧ୍ୟା ୫ଟାରେ ଶେଷ ହେବ କିନ୍ତୁ ଧାଡ଼ିରେ ଅପେକ୍ଷା କରିଥିବା ଲୋକମାନେ ସନ୍ଧ୍ୟା ୫ଟା ପରେ ମଧ୍ୟ ଭୋଟ ଦେଇପାରିବେ। ନିର୍ବାଚନ କମିଶନ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି କରିଛନ୍ତି। ସମସ୍ତ ମତଦାନ କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହାରି ଭିତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  କେନ୍ଦ୍ରମନ୍ତ୍ରୀ ଏସ୍‌.ଜୟଶଙ୍କର, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ମତଦାନ କରିସାରିଛନ୍ତି । ଦିଲ୍ଲୀର ୧ କୋଟି ୫୬ ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ ।

ସ୍ବଛ ଓ ଅବାଧ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି ହୋଇଛି । କିପରି ବହୁ ସଂଖ୍ୟାରେ ଭୋଟର ଗଣତନ୍ତ୍ରର ମହାପର୍ବରେ ସାମିଲ ହେବେ ଓ ଉତ୍ସାହର ସହ ମତାଧିକାର ସାବ୍ୟସ୍ତ କରିବେ ତାହା ଉପରେ ଗୁରୁତ୍ବ ଦେଇଛନ୍ତି ନିର୍ବାଚନ କମିଶନ । ନିର୍ବାଚନ ପାଇଁ ଆଜିର ଦିନକୁ ସାର୍ବଜନୀନ ଛୁଟି ଘୋଷଣା କରିଛନ୍ତି ଦିଲ୍ଲୀ ସରକାର । ବନ୍ଦ ରହିଛି ସମସ୍ତ ସରକାରୀ ଓ ବେସରକାରୀ କାର୍ୟ୍ୟାଳୟ ।  ଆଜିର ଭୋଟ ଆପ ପାଇଁ ଅଗ୍ନିପରୀକ୍ଷା ହୋଇଥିବାବେଳେ ଆଗାମୀ ୫ ବର୍ଷ ପାଇଁ ବିଜେପି ଓ କଂଗ୍ରସର ଭାଗ୍ୟ ନିର୍ଦ୍ଧାରଣ କରିବ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା