Masthead

ଦିଲ୍ଲୀ ବିଧାନସଭାର ୭୦ ଆସନ ପାଇଁ ଭୋଟ, ୬୯୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ (ବଡ଼ଖବର ବ୍ୟୁରୋ): ଭୋଟ୍ ଦେଉଛି ଦିଲ୍ଲୀ । ରାଜଧାନୀର ସମସ୍ତ ୭୦ଟି ଆସନରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଭୋଟଦାନ ସନ୍ଧ୍ୟା ୫ଟାରେ ଶେଷ ହେବ କିନ୍ତୁ ଧାଡ଼ିରେ ଅପେକ୍ଷା କରିଥିବା ଲୋକମାନେ ସନ୍ଧ୍ୟା ୫ଟା ପରେ ମଧ୍ୟ ଭୋଟ ଦେଇପାରିବେ। ନିର୍ବାଚନ କମିଶନ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି କରିଛନ୍ତି। ସମସ୍ତ ମତଦାନ କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହାରି ଭିତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  କେନ୍ଦ୍ରମନ୍ତ୍ରୀ ଏସ୍‌.ଜୟଶଙ୍କର, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ମତଦାନ କରିସାରିଛନ୍ତି । ଦିଲ୍ଲୀର ୧ କୋଟି ୫୬ ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ ।

ସ୍ବଛ ଓ ଅବାଧ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି ହୋଇଛି । କିପରି ବହୁ ସଂଖ୍ୟାରେ ଭୋଟର ଗଣତନ୍ତ୍ରର ମହାପର୍ବରେ ସାମିଲ ହେବେ ଓ ଉତ୍ସାହର ସହ ମତାଧିକାର ସାବ୍ୟସ୍ତ କରିବେ ତାହା ଉପରେ ଗୁରୁତ୍ବ ଦେଇଛନ୍ତି ନିର୍ବାଚନ କମିଶନ । ନିର୍ବାଚନ ପାଇଁ ଆଜିର ଦିନକୁ ସାର୍ବଜନୀନ ଛୁଟି ଘୋଷଣା କରିଛନ୍ତି ଦିଲ୍ଲୀ ସରକାର । ବନ୍ଦ ରହିଛି ସମସ୍ତ ସରକାରୀ ଓ ବେସରକାରୀ କାର୍ୟ୍ୟାଳୟ ।  ଆଜିର ଭୋଟ ଆପ ପାଇଁ ଅଗ୍ନିପରୀକ୍ଷା ହୋଇଥିବାବେଳେ ଆଗାମୀ ୫ ବର୍ଷ ପାଇଁ ବିଜେପି ଓ କଂଗ୍ରସର ଭାଗ୍ୟ ନିର୍ଦ୍ଧାରଣ କରିବ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା