Masthead

ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ବିସ୍ଫୋରଣ ମାମଲାରେ ବଡ଼ ଖୁଲାସା । ଘଟଣାସ୍ଥଳରେ ଛାନଭିନ ବେଳେ ମିଳିଲା ୩ଟି ୯ଏମଏମ କ୍ୟାଟ୍ରିଜ। ଲାଲକିଲ୍ଲା ନିକଟରେ ହୋଇଥିବା କାର୍‌ ବୋମା ବିସ୍ଫୋରଣ ସ୍ଥାନରୁ ୩ଟି ୯ଏମଏମ-କାଲିବର କ୍ୟାଟ୍ରିଜ୍ ମିଳିଛି । ଏଥିମଧ୍ୟରୁ ଦୁଇଟି ଅଫୁଟା କ୍ୟାଟ୍ରିଜ୍ ଏବଂ ଗୋଟିଏ ଖାଲି ସେଲ୍ । ସାଧାରଣତଃ ସାଧାରଣ ନାଗରିକଙ୍କ ପାଇଁ ୯ଏମଏମ ପିସ୍ତଲ ଅନୁମତିପ୍ରାପ୍ତ ନୁହେଁ । ଏହି କ୍ୟାଟ୍ରିଜ୍ ସାଧାରଣତଃ କେବଳ ସଶସ୍ତ୍ର ବାହିନୀ କିମ୍ବା ପୁଲିସ ଅଧିକାରୀମାନେ ବ୍ୟବହାର କରନ୍ତି ।

ଘଟଣାସ୍ଥଳରୁ କୌଣସି ପିସ୍ତଲ କିମ୍ବା କୌଣସି ଅଂଶ ମିଳିନାହିଁ । କ୍ୟାଟ୍ରିଜ୍ ମିଳିଥିଲେ ମଧ୍ୟ ଗୁଳି ଚଳାଇବା ପାଇଁ ବ୍ୟବହୃତ ଅସ୍ତ୍ର ଏପର୍ଯ୍ୟନ୍ତ ମିଳିନାହିଁ । କ୍ୟାଟ୍ରିଜ୍ ସେଠାକୁ କିପରି ଆସିଲା ତାର ତଦନ୍ତ ଚାଲିଛି । ତେବେ ଘଟଣାସ୍ଥଳରୁ କୌଣସି ବନ୍ଧୁକ ମିଳିନଥିବାବେଳେ ଖୋକା କେଉଁଠୁ ଆସିଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଘଟଣାସ୍ଥଳରେ ସେଦିନ ଉପସ୍ଥିତ ଥିବା ପୋଲିସ କିମ୍ବା କୌଣସି ସୁରକ୍ଷା କର୍ମୀଙ୍କୁ ସେଦିନ ଏଭଳି ଅସ୍ତ୍ର ଦିଆଯାଇନଥିବା ମଧ୍ୟ ପୋଲିସ ସ୍ପଷ୍ଟ କରିଛି। ତେଣୁ ଏଭଳି ଅସ୍ତ୍ର ଆତଙ୍କୀ ଡାକ୍ତର ଉମର ହିଁ ବ୍ୟବହାର କରୁଥିବା ଏକ ପ୍ରକାର ସ୍ପଷ୍ଟ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’