Masthead

‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ବିସ୍ଫୋରଣକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରତିକ୍ରିୟା । ଭୁଟାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ଘଟଣାକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ଭୟାବହ ଏବଂ ଏଥିରେ ଜଡ଼ିତ ଷଡ଼୍‌ଯନ୍ତ୍ରକାରୀଙ୍କୁ କୌଣସି ପରିସ୍ଥିତିରେ କ୍ଷମା ଦିଆଯିବ ନାହିଁ । ଭୁଟାନର ରାଜଧାନୀ ଥିମ୍ପୁରେ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ଏହି ମନ୍ତବ୍ୟ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ସ୍ପଷ୍ଟ କରିଛନ୍ତି ଯେ ଦିଲ୍ଲୀରେ ଘଟିଥିବା ଏହି ଦୁର୍ଭାଗ୍ୟଜନକ ଘଟଣାକୁ ଭାରତ ସରକାର ଗୁରୁତର ସହ ନେଇଛନ୍ତି ଏବଂ ଏହାର ତଦନ୍ତ ଜୋରଦାର ଚାଲିଛି ।

ସେ କହିଛନ୍ତି, “ଦିଲ୍ଲୀର ଘଟଣା ଅତ୍ୟନ୍ତ ଭୟାନକ । ଯେଉଁମାନେ ଏହି ଷଡ଼ଯନ୍ତ୍ର ପଛରେ ଅଛନ୍ତି, ସେମାନଙ୍କୁ କଦାପି ଛଡ଼ାଯିବ ନାହିଁ । ସେମାନଙ୍କୁ ଖୋଜି ବାହାର କରିବା ପାଇଁ ସମସ୍ତ ପ୍ରକାର ପ୍ରୟାସ କରାଯିବ ଏବଂ ଦଣ୍ଡିତ କରାଯିବ। ଆଜି ମୁଁ ଦୁଃଖ ମନରେ ଏଠାକୁ ଆସିଛି । କାଲିର ଘଟଣା ପୂରା ଦେଶକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରର ଦୁଃଖ ବୁଝିପାରୁଛି, ପୂରା ଦେଶ ସେମାନଙ୍କ ସହ ଅଛି । ସାରା ରାତି ଅଧିକାରୀ ଓ ବିଭିନ୍ନ ଏଜେନ୍ସୀ ସହ ଯୋଗାଯୋଗରେ ଥିଲି । ଷଡ଼ଯନ୍ତ୍ର ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ ଛଡ଼ାଯିବନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି