କେଜରିୱାଲ ଜେଲରୁ ବାହାରକୁ ଆସିବା ପୂର୍ବରୁ ହାଇକୋର୍ଟ ଯିବ ଇଡି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅରବିନ୍ଦ କେଜରିୱାଲଙ୍କ ଜାମିନ ମାମଲାରେ ଟ୍ରାଏଲ କୋର୍ଟର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ସକାଳେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ ହାଇକୋର୍ଟଙ୍କ ନିକଟକୁ ଯିବ। ବାସ୍ତବରେ ଆଜି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଏକ୍ସାଇଜ ପଲିସି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅବକାଶ ପୀଠ ଅରବିନ୍ଦ କେଜରିୱାଲଙ୍କୁ ୧ ଲକ୍ଷ ଟଙ୍କା ବଣ୍ଡରେ ଜାମିନ ପ୍ରଦାନ କରିଛି। ଜାମିନ ବଣ୍ଡ ଦାଖଲ ପ୍ରକ୍ରିୟାକୁ ୪୮ ଘଣ୍ଟା ସ୍ଥଗିତ ରଖିବାକୁ କୋର୍ଟ ଇଡିଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ତେବେ ଅରବିନ୍ଦଙ୍କୁ ଜାମିନ ପ୍ରଦାନ କରିଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ । କୋର୍ଟ କହିଛନ୍ତି, ଏକ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ କାଲି ଅରବିନ୍ଦ କେଜରିୱାଲ ତିହାର ଜେଲରୁ ବାହାରକୁ ଆସିପାରିବେ । ମଦ ଦୁର୍ନୀତି ମାମଲାରେ ଜଡିତ ମନି ଲଣ୍ଡରିଂ କେଶରେ ଅରବିନ୍ଦ କେଜରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଭିଯୁକ୍ତ ଦର୍ଶାଇଥିଲା ଓ ପରେ ଗିରଫ ହୋଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ମେ’ ମାସରେ ନିର୍ବାଚନ ପ୍ରଚାର ପାଇଁ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ଦେଇଥିଲେ କୋର୍ଟ । ଏହାପରେ ତିହାଡ ଜେଲରେ ଆତ୍ମସମର୍ପଣ କରିଥିଲେ ଅରବିନ୍ଦ କେଜରିୱାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ