Masthead

ଚିନ୍ତା ବଢାଇଲାଣି H3N2, ଆଡଭାଇଜରୀ ଜାରି କଲା ଦିଲ୍ଲୀ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଇଛି ଏଚ୩ଏନ୨ ଭାଇରସ୍ । ସ୍ୱତନ୍ତ୍ର ଆଡଭାଇଜରୀ ଜାରି କଲା ଦିଲ୍ଲୀ । ଜନଗହଳିପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବା ଲାଗି ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜ । ଦିଲ୍ଲୀ ଲୋକନାୟକ ହସ୍ପିଟାଲରେ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନ୍ୟାନ୍ୟ ହସ୍ପିଟାଲରେ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଇନଫ୍ଲୁଏଞ୍ଜା ଓ କୋଭିଡର ନିୟନ୍ତ୍ରଣ ଲାଗି ମନିଟରିଂ ସକାଶେ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

ପୂର୍ବରୁ ଏଚ୩ଏନ୨ ଜନିତ ସଂକ୍ରମଣ ବଢୁଥିବାରୁ ଏଥିପ୍ରତି ସତର୍କ ରହିବା ଲାଗ ୬ ରାଜ୍ୟକୁ ପରାମର୍ଶ ଦେଇଥିଲା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ବର୍ତ୍ତମାନ ମହାରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ, ପୁଡୁଚେରୀ, ତାମିଲନାଡ଼ୁ ଓ ଆସାମରେ ଏଚ୩ଏନ୨ ଜନିତ ସଂକ୍ରମଣ ବଢୁଥିବା ସୂଚନା ମିଳିଛି । ମହାରାଷ୍ଟ୍ର ପୁଣେରେ ଜଣେ ବୟସ୍କଙ୍କ ମୃତ୍ୟୁ ହେବା ସହ ଦେଶରେ ଏଚ୩ଏନ୨ରେ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି । ମହାରାଷ୍ଟ୍ରରେ ହାଇଆଲର୍ଟ ଜାରି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି