ଦିଲ୍ଲୀ ମଦ ଦୁର୍ନୀତି ମାମଲା, ହାଇକୋର୍ଟରେ କେଜ୍ରିୱାଲଙ୍କ ଆବେଦନ ଉପରେ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ ହେବା ପରେ ଆପର ବିରୋଧ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଆମ ଆଦମୀ ପାର୍ଟିର କର୍ମକର୍ତ୍ତାମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବା ପାଇଁ ରାସ୍ତାରେ ତୀବ୍ର ପ୍ରତିବାଦ କରିଥିଲେ। ଯାହାକୁ ନେଇ ପୋଲିସ ସୁରକ୍ଷା କଡାକଡି କରିଥିଲା । ଆଉ ଆଜି ଦିଲ୍ଲୀ ହାଇକୋର୍ଟ କରିବେ ଶୁଣାଣି ।

ହାଇକୋର୍ଟ ଏହି ମାମଲାରେ ଅନ୍ତରୀଣ ସୁରକ୍ଷା ନଦେବା ପରେ ଇଡି କେଜ୍ରିୱାଲଙ୍କୁ ଗିରଫ କରିଥିଲା । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏବେ ୨୮ ତାରିଖ ଯାଏ ନିଜ ହେପାଜତକୁ ନେଇଛି ଇଡି । କୁହାଯାଉଛି ଗତ ସପ୍ତାହରେ ମଧ୍ୟ ଗିରଫଦାରୀକୁ ବେଆଇନ୍ କୁହାଯାଇ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ କେଜ୍ରିୱାଲ । କିନ୍ତୁ ହୋଲି ଛୁଟି ପାଇଁ ଆବେଦନ ତାଲିକାଭୁକ୍ତ ହୋଇନଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ