ଦିଲ୍ଲୀ ମଦ ଦୁର୍ନୀତି ମାମଲା, ଚାର୍ଜସିଟରେ ରାଘବ ଚଡ୍ଡାଙ୍କ ନାଁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ଦୁର୍ନୀତି ମାମଲା । ଚାର୍ଜସିଟରେ ରହିଛି ରାଜ୍ୟ ସଭା ଏମପି ରାଘବ ଚଡ୍ଡାଙ୍କ ନାଁ । ମଦ ଦୁର୍ନୀତି ମାମଲାରେ ଇଡ଼ି ପକ୍ଷରୁ ଏକ ଚାର୍ଜସିଟ ଦାଖଲ କରାଯାଇଛି । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ମନୀଷ ସିସୋଦିଆଙ୍କ ପୂର୍ବତନ ସଚିବ ସି ଅରବିନ୍ଦ ତଦନ୍ତକାରୀ ସଂସ୍ଥା ଇଡିକୁ ସୂଚନା ଦେଇ କହିଛନ୍ତି ଯେ ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ରାଘବ ଚଢ଼ାଙ୍କ ସହ ଏକ ବୈଠକ ହୋଇଥିଲା।

ସି ଅରବିନ୍ଦ ଦେଇଥିବା ସୂଚନା ଅନୁଯାୟୀ ଏହି ବୈଠକରେ ପଞ୍ଜାବର ଅବକାରୀ କମିସନର ବରୁଣ ରୋଜାମ, ଏହି ମାମଲାର ଅଭିଯୁକ୍ତ ବିଜୟ ନାୟର ଏବଂ ପଞ୍ଜାବ ଅବକାରୀ ନିର୍ଦ୍ଦେଶାଳୟର ଅନ୍ୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଥିଲେ। ଦିଲ୍ଲୀ ଅବକାରୀ ନୀତି ମାମଲା ଉପରେ ଉପ ରାଜ୍ୟପାଳଙ୍କ ଅନୁରୋଧ କ୍ରମେ ସିବିଆଇ ତଦନ୍ତ ଆରମ୍ଭ କରିଥିଲା । ଏହି ମାମଲାରେ ଫେବୃଆରୀ ୨୬ରେ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଗିରଫ ହୋଇ ଏବେ ନ୍ୟାୟିକ ହେପାଜତରେ ରହିଛନ୍ତି । ତାଙ୍କୁ ପ୍ରଥମେ ସିବିଆଇ ଓ ପରେ ଇଡି ତରଫରୁ ଗିରଫ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ