Masthead

ରାହୁଲଙ୍କ ଘରେ ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କ ଘରେ ଦିଲ୍ଲୀ ପୋଲିସ । କଶ୍ମୀରରେ ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲଙ୍କ ସହ ତାଙ୍କ ବିବୃତ୍ତି ନେଇ ଦିଲ୍ଲୀ ପୋଲିସ କଥା ହେବାକୁ ଚାହୁଁଛି। ମାର୍ଚ୍ଚ ୧୬ରେ, ଦିଲ୍ଲୀ ପୋଲିସ ରାହୁଲ ଗାନ୍ଧୀଙ୍କୁ ଏନେଇ ନୋଟିସ ଜାରି କରିଥିଲା । କିନ୍ତୁ ରାହୁଲ ଏହାର ଉତ୍ତର ଦେଇ ନ ଥିଲେ। ଏହା ପରେ ଦିଲ୍ଲୀ ପୋଲିସ ରବିବାର ତାଙ୍କ ଘରେ ପହଞ୍ଚିଛି। ଗାନ୍ଧୀଙ୍କ ବାସଭବନ ବାହାରେ ସାମ୍ବାଦିକମାନଙ୍କୁ ହୂଦା କହିଛନ୍ତି, ତାଙ୍କ ସହିତ କଥାବାର୍ତ୍ତା କରିବା ଲାଗି ଆମେ ଆସିଛୁ।

‘ଭାରତ ଯୋଡ଼ୋ ଯାତ୍ରା’ ସମୟରେ ଶ୍ରୀନଗରେ ଦେଇଥିବା ବିବୃତିରେ ରାହୁଲ୍‌ ଗାନ୍ଧୀ କହିଥିଲେ ଯେ, ଯାତ୍ରା ସମୟରେ ସେ କେତେକ ମହିଳାଙ୍କୁ ଭେଟିଥିଲେ। ସେମାନେ ଦୁଷ୍କର୍ମର ଶିକାର ହୋଇଥିବା କଥା ତାଙ୍କୁ କହିଥିଲେ। ଆମେ ରାହୁଲ୍‌ଙ୍କ ପାଖରୁ ସେ ସମ୍ପର୍କୀୟ ସବିଶେଷ ତଥ୍ୟ ସଂଗ୍ରହ କରିବାକୁ ଆସିଛୁ। ତଥ୍ୟାବଳି ମିଳିଲେ ସେ ଦୁଷ୍କର୍ମ ପୀଡ଼ିତାମାନଙ୍କୁ ବିଚାର ମିଳିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ