Masthead

ଦଳାଚକଟାରେ ମୃତ୍ୟୁ ପାଇଁ ଦାୟୀ କିଏ?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ରେଲୱେ ଷ୍ଟେସନରେ ବଡ଼ ଅଘଟଣ। ଦଳାଚକଟାରେ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ବହୁ ଲୋକ ଆହତ ହୋଇଛନ୍ତି। ମହାକୁମ୍ଭ ଯିବାକୁ ଷ୍ଟେସନରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଥିଲା । ପ୍ରବଳ ଭିଡ଼ ଯୋଗୁଁ ୧୩ ଓ ୧୪ ନଂ ପ୍ଲାଟଫର୍ମରେ ଦଳାଚକଟା ସ୍ଥିତି ଆରମ୍ଭ ହୋଇଥିଲା । ଏତେ ଭିଡ଼ ହୋଇଥିଲା ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା। ୧୮ ମୃତକଙ୍କ ମଧ୍ୟରେ ୧୪ ଜଣ ମହିଳା, ୪ ଶିଶୁ ଅଛନ୍ତି । ସଙ୍ଗେ ସଙ୍ଗେ ଏନଡିଆରଏଫ ଟିମ୍ ମଧ୍ୟ ରେଲୱେ ଷ୍ଟେସନରେ ପହଂଚିଥିଲା।

ଅଗ୍ନିଶମ ବିଭାଗ ଓ ଅମ୍ବୁଲାନ୍ସ ମଧ୍ୟ ଘଟଣାସ୍ଥଳରେ ପହଂଚିଥିଲା । ସେପଟେ ଏହି ଘଟଣାକୁ ନେଇ ଦୁଖ ବ୍ୟକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।ଏଥିସହ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମଧ୍ୟ ଦଳାଚକଟା ଘଟଣାକୁ ନେଇ ଦୁଖ ପ୍ରକାଶ କରିଛନ୍ତି । ମୃତକ ଓ ଆହତଙ୍କ ପାଇଁ ସହାୟତା ରାଶି ଘୋଷଣା କରାଯାଇଛି ।

ମୃତକଙ୍କ ପରିବାରଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ, ଗୁରୁତର ଆହତଙ୍କ ପାଇଁ ଅଢ଼େଇ ଲକ୍ଷ ଟଙ୍କା ଲେଖାଏଁ ଓ ସାମାନ୍ୟ ଆହତଙ୍କ ପାଇଁ ଲକ୍ଷେ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛି ରେଳ ମନ୍ତ୍ରାଳୟ । ଅନ୍ୟପଟେ ଦଳଚକଟା ନେଇ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଏହାସହ ରେଳଷ୍ଟେସନରେ ଜମାହୋଇଥିବା ଲୋକଙ୍କ ପାଇଁ ୪ଟି ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି ।

ତେବେ କାହିଁକି ହେଲା ଦଳାଚକଟା ? ରେଳ ଷ୍ଟେସନରେ କାହାର ଅବହେଳା ପାଇଁ ଗଲା ଜୀବନ? ଭିଡ଼ ନିୟନ୍ତ୍ରଣ କରିବାରେ କେଉଁଠି ରହିଲା ତ୍ରୁଟି? ଭିଡ଼ ଦୃଷ୍ଟିରେ ରଖି ବ୍ୟବସ୍ଥା କରାଯାଇଥିଲା କି? ଶେଷ ମୁହୂର୍ତ୍ତରେ ପ୍ଲାଟଫର୍ମ କାହିଁକି ବଦଲାଗଲା? ଟିକେଟ୍ ନଥିବା ବ୍ୟକ୍ତି କେମିତି ଟ୍ରେନରେ ଚଢ଼ିଲେ? ଦଳାଚକଟାରେ ମୃତ୍ୟୁ ପାଇଁ ଦାୟୀ କିଏ? ଏମାନଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ କେବେ ହେବ ଏହାକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର