Masthead

ଅକ୍ସିଜେନ ନଦେଲେ ଫାଶୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଦିଲ୍ଲୀର ଅକ୍ସିଜେନ୍ ସଂକଟ ମାମଲାର ଶୁଣାଣି ବେଳେ ବଡ଼ ଟିପ୍ପଣୀ ଦେଇଛନ୍ତି ହାଇକୋର୍ଟ । କେନ୍ଦ୍ର, ରାଜ୍ୟ ଅଥବା କୌଣସି ଅଧିକାରୀ ଅକ୍ସିଜେନ୍ ଯୋଗାଣରେ ଅସୁବିଧା ସୃଷ୍ଟି କଲେ କୋର୍ଟ ଫଶୀଖୁଣ୍ଟରେ ଝୁଲେଇଦେବେ । ଜଷ୍ଟିସ୍ ବିପିନ୍ ସାଂଘି ଓ ଜଷ୍ଟିସ୍ ରେଖା ପଲ୍ଲୀଙ୍କ ଖଣ୍ଡପୀଠ ଏଭଳି ଆଦେଶ ଦେଇଛନ୍ତି । ମହାରଜା ଅଗ୍ରସେନ୍ ହସ୍ପିଟାଲର ଏକ ଆବେଦନର ଶୁଣାଣି ବେଳେ ଖଣ୍ଡପୀଠ ଏଭଳି ମନ୍ତବ୍ୟ ଦେଇଛନ୍ତି । ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କୁ ଅକ୍ସିଜେନ୍ ନିଅଣ୍ଟକୁ ନେଇ କୋର୍ଟ ଏଭଳି ମତ ଦେଇଛନ୍ତି ।

ଅଦାଲତ ଦିଲ୍ଲୀ ସରକାରଙ୍କୁ ପଚାରିଛନ୍ତି, କିଏ ଅକ୍ସିଜେନ୍ ପରିବହନରେ ବାଧା ଦେଉଛନ୍ତି । ଖଣ୍ଡପୀଠ କହିଛନ୍ତି- ‘ଆମେ ସେହି ବ୍ୟକ୍ତିଙ୍କୁ ଟାଙ୍ଗି ଦେବୁ । ଆମେ କାହିରିକୁ ବି ଛାଡ଼ିବୁ ନାହିଁ ।’ ସ୍ଥାନୀୟ ପ୍ରଶାସନର ସେଭଳି ଅଧିକାରୀଙ୍କ ସମ୍ପର୍କରେ ଦିଲ୍ଲୀ ସରକାର କେନ୍ଦ୍ର ସରକାରଙ୍କୁ ଜଣାନ୍ତୁ । କେନ୍ଦ୍ର ସରକାର ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନେଇପାରିବେ ।

ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ ପଚାରିଛନ୍ତି, ଦିଲ୍ଲୀ ପାଇଁ ପ୍ରତିଦିନ ମିଳିବାକୁ ଥିବା ୪୮୦ ମେଟ୍ରିକ୍ ଟନ୍ ଅକ୍ସିଜେନ୍ କେବେ ମିଳିବ ? ଅଦାଲତ କହିଛନ୍ତି କେନ୍ଦ୍ର ସରକାର ୨୧ ତାରିଖରେ ଦିଲ୍ଲୀକୁ ଦୈନିକ ୪୮୦ ମେଟ୍ରିକ୍ ଟନ୍ ଅକ୍ସିଜେନ୍ ପହଞ୍ଚାଇବା ଲାଗି ପ୍ରତିଶୁତି କରିଥିଲେ । ଅଦାଲତକୁ କୁହନ୍ତୁ ଅକ୍ସିଜେନ୍ କେବେ ଆସିବ ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି