Masthead

ଦିଲ୍ଲୀ-ମୁମ୍ବାଇ ଫାଇନାଲ

ଦୁବାଇ, (ବଡ଼ ଖବର ବ୍ୟୁରୋ): ଆଇପିଏଲ ସିଜନ-୧୩ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସ୍। ସନ ରାଇଜର୍ସ ହାଇଦ୍ରାବାଦକୁ ୧୭ ରନରେ ପରାସ୍ତ କରି ପ୍ରଥମ ଥର ପାଇଁ ଆଇପିଏଲ ଫାଇନାଲରେ ପ୍ରବେଶ କରିଛି ଦିଲ୍ଲୀ। ୧୩ ବର୍ଷର ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ଦିଲ୍ଲୀ ଫାଇନାଲ ଖେଳିବ। ଆସନ୍ତା ୧୦ ତାରିଖରେ ଦୁବାଇରେ ମୁମ୍ବାଇ ବିପକ୍ଷରେ ଫାଇନାଲ ଫାଇଟ୍ ହେବ ।

ଆଜି ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଦିଲ୍ଲୀ। ଆରମ୍ଭରୁ ଶିଖର ଧାଓ୍ୱନ ଓ ଷ୍ଟୋଇନିକ୍ସ ଭଲ ଆରମ୍ଭ କରିଥିଲେ । ଷ୍ଟୋଇନିକ୍ସ ୩୮ ରନ୍ କରି ଆଉଟ ହୋଇଥିଲେ । କିନ୍ତୁ ଧାଓ୍ୱନ ଦମଦାର ବ୍ୟାଟିଂ ଜାରି ରଖିଥିଲେ। ସେ ୫୦ ବଲରୁ ୭୮ ରନ୍ ସଂଗ୍ରହ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶ୍ରେୟସ ଆୟାର ୨୧ ଓ ସିମରନ୍ ହେଟମାୟାର ଦୃତ ୪୨ ରନ୍ କରିଥିଲେ । ଫଳରେ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୩ ଓ୍ୱିକେଟ ହରାଇ ୧୮୯ ରନ୍ କରିଥିଲା । ହାଇଦ୍ରାବାଦ ପକ୍ଷରୁ ରସିଦ ଖାନ୍, ଜାସନ ହୋଲ୍ଡର ଓ ସନ୍ଦିପ ଶର୍ମା ଗୋଟିଏ ଲେଖାଏଁ ଓ୍ୱିକେଟ୍ ନେଇଥିଲେ ।

୧୯୦ ରନର ବିଜୟ ଲକ୍ଷ୍ୟର ପିଛା କରୁଥିବା ହାଇଦ୍ରାବାଦ ପ୍ରାରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ହାଇଦ୍ରାବାଦ ୪୪ ରନରେ ତିନୋଟି ଓ୍ୱିକେଟ୍ ହରାଇ ସଙ୍କଟରେ ପଡିଥିଲା । କେନ୍ ଓ୍ୱିଲିୟମସନ୍ ଏକାକୀ ସଙ୍ଘର୍ଷ କରିଥିଲେ । ସେ ୪୫ ବଲରୁ ୬୭ ରନ୍ କରି ଆଉଟ୍ ହୋଇଯାଇଥିଲେ। ତାଙ୍କ ଆଉଟ ହେବା ପରେ ଦଳର ବିଜୟ ଆଶା ମଉଳି ଯାଇଥିଲା । ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ୱିକେଟ୍ ହରାଇ ୧୭୨ ରନରେ ଅଟକି ଯାଇଥିଲା । ଦିଲ୍ଲୀ ପକ୍ଷରୁ କାଗିସୋ ରାବଡା ୪ଟି ଓ୍ୱିକେଟ୍ ନେଇଥିବା ବେଳେ ମାର୍କସ ଷ୍ଟୋଇନ୍ସ ୩ଟି ଓ ଅକ୍ସର ପଟେଲ ଗୋଟିଏ ଓ୍ୱିକେଟ୍ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼