Masthead

ଓଡ଼ିଶାରେ ଚିନ୍ତା ବଢାଇଲାଣି ଡେଲ୍ଟା‌ ପ୍ଲସ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ଶୁକ୍ରବାର ଓଡ଼ିଶାରେ ପ୍ରଥମ ଡେଲ୍ଟା‌ ପ୍ଲସ୍ ଭାରିଆଣ୍ଟ ଚିହ୍ନଟ ହୋଇଛି । । ରାଜ୍ୟରେ ପ୍ରଥମ ଡେଲଟା ପ୍ଲସ୍ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଥିଲେ କେନ୍ଦ୍ର ସରକାର । ଓଡ଼ିଶାର ଦେବଗଡ ଜିଲ୍ଲାରେ ପ୍ରଥମ ଡେଲ୍‌ଟା ପ୍ଲସ ଭ୍ୟାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ମିଳିଥିଲା । ଦେଶରେ ବର୍ତ୍ତମାନ ସୁଦ୍ଧା ୪୮ଟି ଡେଲଟା ପ୍ଲସ୍ ରୋଗୀ ଚିହ୍ନଟ ହୋଇସାରିଲେଣି ।

ମହାରାଷ୍ଟ୍ରରେ ସର୍ବାଧିକ ୨୦ ଜଣ ଚିହ୍ନଟ ହୋଇଥିବା‌ ବେଳେ, ମଧ୍ୟ ପ୍ରଦେଶରେ ୭, ତାମିଲନାଡୁରେ ୯, କେରଳ ୩, ପଞ୍ଜାବ ୨, ଗୁଜରାଟ ୨, ଆନ୍ଧ୍ରପ୍ରଦେଶ, ରାଜସ୍ଥାନ ୧, ଜାମ୍ମୁ ୧ ଏବଂ କର୍ଣ୍ଣାଟକରେ ୧ଟି ଡେଲଟା ପ୍ଲସ୍ ଭ୍ୟାରିଆଣ୍ଟ ଚିହ୍ନଟ ହୋଇସାରିଲେଣି । ତେବେ ବର୍ତ୍ତମାନ ଓଡ଼ିଶାରେ ଡେଲଟା ପ୍ଲସ ଭ୍ୟାରିଆଣ୍ଟ ଥିବା କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଚିନ୍ତା ଆହୁରି ବଢିଯାଇଛି ।

ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମୁଥିବା ବେଳେ ଡେଲଟା ଭ୍ୟରିଆଣ୍ଟ ଚିନ୍ତା ବଢାଇଥିଲା । ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଅନୁଯାୟୀ, ଭାରତରେ ଭୟଙ୍କର ହେବାରେ ଲାଗିଛି କୋଭିଡର ଡେଲଟା ପ୍ଲସ ଭ୍ୟାରିଆଣ୍ଟ । ଯାହାକୁ ନେଇ ଚିନ୍ତା ବଢିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ