Masthead

‘ନୋଟବନ୍ଦୀ ଦେଶର ଅର୍ଥ ବ୍ୟବସ୍ଥାକୁ ଦୋହଲାଇ ଦେଇଛି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ନୋଟ ବନ୍ଦୀକୁ ନେଇ ତେଜୁଛି ରାଜନୀତି । କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସେ କହିଛନ୍ତି ନୋଟବନ୍ଦୀ ପରି ସାଂଘାତିକ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତିକୁ ଲୁଚାଇବାକୁ କେନ୍ଦ୍ର ସରକାରଙ୍କୁ ପୁଣି ଥରେ ନୋଟବନ୍ଦୀ କରିବାକୁ ପଡ଼ୁଛି। ଖଡଗେ ଟ୍ୱିଟ କରି କହିଛନ୍ତି, ପ୍ରଥମ ନୋଟବନ୍ଦୀ ଦେଶର ଅର୍ଥ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଏଥିଯୋଗୁ ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ ପୂରାପୂରି ଠପ୍ ହୋଇଗଲା ଓ ଲକ୍ଷ ଲକ୍ଷ ଯୁବବର୍ଗ ଚାକିରି ହରାଇଲେ।

ଏବେ ପୁଣି ଥରେ ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର କରିବାକୁ ଘୋଷଣା କରି କେନ୍ଦ୍ର ସରକାର ନିଜ ଭୁଲ୍ ନିଷ୍ପତ୍ତି ଉପରେ ପରଦା ପକାଇବାକୁ ଚେଷ୍ଟା କରିଛନ୍ତି। ସେପଟେ ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର କରିଛି ଆରବିଆଇ । ସେପ୍ଟେମ୍ବର ୩୦ ସୁଦ୍ଧା ବ୍ୟାଙ୍କରେ ବଦଳାଇ ହେବ ନୋଟ । ଏବେ ବଜାରରେ ଥିବା ୨ ହଜାର ଟଙ୍କିଆ ନୋଟ୍ ସଚଳ ରହିବ । ୩୦ ଡିସେମ୍ବର ସୁଦ୍ଧା ଅଚଳ ହେବ ୨ ହଜାର ଟଙ୍କିଆ ନୋଟ । ୨୦୧୬ ମସିହାରେ ହୋଇଥିବା ନୋଟ ବନ୍ଦୀ ସମୟରେ ରିଜର୍ଭ ବ୍ୟାଙ୍କ ୨୦୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ