Masthead

‘ନୋଟବନ୍ଦୀ ଦେଶର ଅର୍ଥ ବ୍ୟବସ୍ଥାକୁ ଦୋହଲାଇ ଦେଇଛି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ନୋଟ ବନ୍ଦୀକୁ ନେଇ ତେଜୁଛି ରାଜନୀତି । କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସେ କହିଛନ୍ତି ନୋଟବନ୍ଦୀ ପରି ସାଂଘାତିକ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତିକୁ ଲୁଚାଇବାକୁ କେନ୍ଦ୍ର ସରକାରଙ୍କୁ ପୁଣି ଥରେ ନୋଟବନ୍ଦୀ କରିବାକୁ ପଡ଼ୁଛି। ଖଡଗେ ଟ୍ୱିଟ କରି କହିଛନ୍ତି, ପ୍ରଥମ ନୋଟବନ୍ଦୀ ଦେଶର ଅର୍ଥ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଏଥିଯୋଗୁ ସୁକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ ପୂରାପୂରି ଠପ୍ ହୋଇଗଲା ଓ ଲକ୍ଷ ଲକ୍ଷ ଯୁବବର୍ଗ ଚାକିରି ହରାଇଲେ।

ଏବେ ପୁଣି ଥରେ ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର କରିବାକୁ ଘୋଷଣା କରି କେନ୍ଦ୍ର ସରକାର ନିଜ ଭୁଲ୍ ନିଷ୍ପତ୍ତି ଉପରେ ପରଦା ପକାଇବାକୁ ଚେଷ୍ଟା କରିଛନ୍ତି। ସେପଟେ ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର କରିଛି ଆରବିଆଇ । ସେପ୍ଟେମ୍ବର ୩୦ ସୁଦ୍ଧା ବ୍ୟାଙ୍କରେ ବଦଳାଇ ହେବ ନୋଟ । ଏବେ ବଜାରରେ ଥିବା ୨ ହଜାର ଟଙ୍କିଆ ନୋଟ୍ ସଚଳ ରହିବ । ୩୦ ଡିସେମ୍ବର ସୁଦ୍ଧା ଅଚଳ ହେବ ୨ ହଜାର ଟଙ୍କିଆ ନୋଟ । ୨୦୧୬ ମସିହାରେ ହୋଇଥିବା ନୋଟ ବନ୍ଦୀ ସମୟରେ ରିଜର୍ଭ ବ୍ୟାଙ୍କ ୨୦୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ