Masthead

ଚିନ୍ତା ବଢାଉଛି ଡେଙ୍ଗୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଡେଙ୍ଗୁ। ଗୋଟେ ପଟେ କରୋନା ସଂକ୍ରମଣର ଭୟ। ଆଉ ଏବେ ମାରାତ୍ମକ ଡେଙ୍ଗୁ। ଖୋର୍ଦ୍ଧା ଜିଲ୍ଲାରେ ଘାରିଛି ଡେଙ୍ଗୁ ଭୟ। ସେପଟେ ରାଜଧାନୀରେ ହୁ ହୁ ବ୍ୟାପିବାରେ ଲାଗିଛି। ଭୁବନେଶ୍ୱରରୁ ପ୍ରତିଦିନ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ବିଶେଷ କରି ଚନ୍ଦ୍ରଶେଖରପର, ପଟିଆ, ନିଳାଦ୍ରୀ ବିହାର, ଶୈଳଶ୍ରୀ ବିହାର ଆଦି ଅଞ୍ଚଳରେ ଡେଙ୍ଗୁ ଏବେ କରାଳ ରୂପ ନେଇଛି।

ଗତ ଏକ ମାସ ଭିତରେ ଭୁବନେଶ୍ୱରରୁ ଶହେରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ସାରିଲେଣି। ସ୍ୱାସ୍ଥ୍ୟ ବିଭାଗ ତଥା ବିଏମସି ରିପୋର୍ଟ ଏହି ତଥ୍ୟ ଦେଇଛି । ଭୁବନେଶ୍ୱରରେ ପାଖାପାଖି ୩ ଶହ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛି। ଖୋର୍ଦ୍ଧା ଜିଲାରୁ ୧୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛି। ସେହିପରି ଦିନରେ କ୍ୟାପିଟାଲ ହସ୍ପିଟାଲରେ ୧୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇ ଡେଙ୍ଗୁ ୱାର୍ଡରେ ଚିକିତ୍ସିତ ହେଉଛନ୍ତି।

ସବୁଠାରୁ ବଡ଼ କଥା ଏମାନେ ସମସ୍ତେ ଚନ୍ଦ୍ରଶେଖରପର, ପଟିଆ, ନିଳାଦ୍ରୀ ବିହାର, ଶୈଳଶ୍ରୀ ବିହାର ଅଞ୍ଚଳର। ସେପଟେ ରାଜଧାନୀରେ ଡେଙ୍ଗୁ ବ୍ୟାପୁଥିବା ଯୋଗୁ ବିଏମସି ସ୍ୱତନ୍ତ୍ର ଯୋଜନା ଆରମ୍ଭ କରିଛି। ବିଏମସି ତଥା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି। ଡେଙ୍ଗୁ ନିୟନ୍ତ୍ରଣ କରିବା ପାଇଁ ବିଏମସିର ୬୭ ୱାର୍ଡରେ ସଚେତନା ଆରମ୍ଭ ହୋଇଛି। ସେପଟେ କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ୱାର୍ଡକୁ ରୋଗୀଙ୍କ ପାଇଁ ପ୍ରସ୍ତତ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା