ଚିନ୍ତା ବଢାଉଛି ଡେଙ୍ଗୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ଭୟ ଯାଇନଥିବା ବେଳେ ଏବେ ଡରାଉଛି ଡେଙ୍ଗୁ । ରାଜଧାନୀରେ ବ୍ୟାପିବାରେ ଲାଗିଛି ଡେଙ୍ଗୁ । ମଙ୍ଗଳବାର ରାଜଧାନୀରେ ୩୦ ରୋଗୀ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୩୯୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ୪୨୧ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଯାହା ବର୍ତ୍ତମାନ ବିଏମସିର ଚିନ୍ତା ବଢାଇଦେଇଛି । ବସ୍ତି ଓ ସାହି ଅଞ୍ଚଳରେ ଡେଙ୍ଗୁ ବ୍ୟାପୁଛି। ଶୈଳଶ୍ରୀବିହାର ଓ ନୀଳାଦ୍ରିବିହାର ଭଳି ଅଞ୍ଚଳରେ ଡେଙ୍ଗୁର ପ୍ରକୋପ ଅଧିକ ରହିଛି।

ସେପଟେ ଡେଙ୍ଗୁ ପ୍ରତିକାର ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ସହ ସଫେଇ ଓ ମଶା ଧୂଆଁ ଛାଡ଼ିବା କାର୍ଯ୍ୟ ତ୍ୱରାନିତ କରାଯାଇଛି । ମଶା ଜନ୍ମ ନେଉଥିବା ସ୍ଥାନକୁ ଚିହ୍ନଟ କରାଯାଇ, ମଶା ମାରିବାକୁ ଉଦ୍ୟମ ହେଉଛି । ପ୍ରାୟ ଏକ ହଜାର ୯୩ଟି ଏଭଳି ସ୍ଥାନ ଚିହ୍ନଟ କରିଛି ବିଏମସି। ଶେଷ ଖବର ସୁଦ୍ଧା ୪ ହଜାର ୯୦୧ ଘର ଏବଂ ୨୦ ହଜାର ୩୫୦ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ