Masthead

ଚିନ୍ତା ବଢାଉଛି ଡେଙ୍ଗୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ଭୟ ଯାଇନଥିବା ବେଳେ ଏବେ ଡରାଉଛି ଡେଙ୍ଗୁ । ରାଜଧାନୀରେ ବ୍ୟାପିବାରେ ଲାଗିଛି ଡେଙ୍ଗୁ । ମଙ୍ଗଳବାର ରାଜଧାନୀରେ ୩୦ ରୋଗୀ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୩୯୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ୪୨୧ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଯାହା ବର୍ତ୍ତମାନ ବିଏମସିର ଚିନ୍ତା ବଢାଇଦେଇଛି । ବସ୍ତି ଓ ସାହି ଅଞ୍ଚଳରେ ଡେଙ୍ଗୁ ବ୍ୟାପୁଛି। ଶୈଳଶ୍ରୀବିହାର ଓ ନୀଳାଦ୍ରିବିହାର ଭଳି ଅଞ୍ଚଳରେ ଡେଙ୍ଗୁର ପ୍ରକୋପ ଅଧିକ ରହିଛି।

ସେପଟେ ଡେଙ୍ଗୁ ପ୍ରତିକାର ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ସହ ସଫେଇ ଓ ମଶା ଧୂଆଁ ଛାଡ଼ିବା କାର୍ଯ୍ୟ ତ୍ୱରାନିତ କରାଯାଇଛି । ମଶା ଜନ୍ମ ନେଉଥିବା ସ୍ଥାନକୁ ଚିହ୍ନଟ କରାଯାଇ, ମଶା ମାରିବାକୁ ଉଦ୍ୟମ ହେଉଛି । ପ୍ରାୟ ଏକ ହଜାର ୯୩ଟି ଏଭଳି ସ୍ଥାନ ଚିହ୍ନଟ କରିଛି ବିଏମସି। ଶେଷ ଖବର ସୁଦ୍ଧା ୪ ହଜାର ୯୦୧ ଘର ଏବଂ ୨୦ ହଜାର ୩୫୦ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ