ଆହୁରି ତିନି ଦିନ ଯାଏ ମିଳିବନି ଘନ କୁହୁଡ଼ିରୁ ମୁକ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ କଲବଲ କରୁଛି ଘନ କୁହୁଡି । ଏବେ ମିଳିବନି ନିସ୍ତାର । ଆହୁରି ତିନି ଦିନ ଯାଏ ଘନ କୁହୁଡ଼ିରୁ ମିଳିବନି ମୁକ୍ତି। ୩୦ ମିଟର ଦିଶୁନି ରାସ୍ତା ଘାଟ। ଗାଡ଼ି ଚଳାଚଳରେ ବାଧା ସୃଷ୍ଟି ହୋଉଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତା ୪ରୁ ୫ ଦିନ ଯାଏଁ ତାପମାତ୍ରାରେ ପରିବର୍ତ୍ତନ ହେବନାହିଁ। ଆଜି ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ନୟାଗଡ଼, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧରେ ଘନ କୁହୁଡ଼ି ରହିବ।

୨୮ ତାରିଖରେ ବି ଘନ କୁହୁଡି ନେଇ କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କେରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ଭିଜିବିଲିଟି ରହିବ । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି। ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!