Masthead

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ଲଘୁଚାପ । ଭାରତୀୟ ପାଣିପାଗ ବିଭାଗର ସୂଚନା, ପାରାଦୀପ ଠାରୁ ୭୩୦ କିମି ଦୂର ବଙ୍ଗୋପସାଗରରେ ହୋଇଛି କେନ୍ଦ୍ରିଭୂତ । ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି । ଧିରେଧିରେ ଏହା ସ୍ଥଳଭାଗ ମୁହାଁ ହୋଇ ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ କରିବ । ଏହିସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ । ଅତି ବେଶୀରେ ୧୨୦ କିମି ବେଗରେ ବହିପାରେ ପବନ ।

ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ। ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ।

ସିଭିୟର ସାଇକ୍ଲୋନିକ ଷ୍ଟିମ ବା ଭୀଷଣ ବାତ୍ୟା ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ୱୀପ ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ