Masthead

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ଲଘୁଚାପ । ଭାରତୀୟ ପାଣିପାଗ ବିଭାଗର ସୂଚନା, ପାରାଦୀପ ଠାରୁ ୭୩୦ କିମି ଦୂର ବଙ୍ଗୋପସାଗରରେ ହୋଇଛି କେନ୍ଦ୍ରିଭୂତ । ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି । ଧିରେଧିରେ ଏହା ସ୍ଥଳଭାଗ ମୁହାଁ ହୋଇ ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ କରିବ । ଏହିସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ । ଅତି ବେଶୀରେ ୧୨୦ କିମି ବେଗରେ ବହିପାରେ ପବନ ।

ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ। ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ।

ସିଭିୟର ସାଇକ୍ଲୋନିକ ଷ୍ଟିମ ବା ଭୀଷଣ ବାତ୍ୟା ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ୱୀପ ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା