ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିବ। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍‌ ୭୦ ମିମିରୁ ୨୦୦ ମିମି ଏବଂ ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’