Masthead

ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଜି ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଏମ୍ସ ଡ଼ାକ୍ତରୀ ଟିମ୍ ଓ ପରିବାର ଲୋକଙ୍କ ସହ ଆଲୋଚନା କରିଛନ୍ତି ଶ୍ରୀମତି ପରିଡ଼ା । ରାଜ୍ୟ ସରକାର ପୀଡ଼ିତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ସଂପୂର୍ଣ୍ଣ ଭାବେ ଅବଗତ ଅଛନ୍ତି ।

ଆବଶ୍ୟକ ସହଯୋଗ ଯୋଗାଇ ନେବା ପାଇଁ ପ୍ରତିସୃତି ଦେଇଛନ୍ତି ରାଜ୍ୟ ସରକାର । ବଳଙ୍ଗା ପିଡ଼ିତାଙ୍କୁ ଭେଟିବା ନେଇ ଉପମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ ସୁଚନା ଦେଇଛନ୍ତି । ସେ ପୀଡ଼ିତାଙ୍କ ଶୀଘ୍ର ସୁସ୍ଥ ହେବାପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ଲେଖିଛନ୍ତି । ସୂଚନା ଅନୁସାରେ ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରଣ ନାବାଳିକା ଜଣକ ଶନିବାର ପୂର୍ବାହ୍ନରେ ନିଜ ସାଙ୍ଗ ଘରକୁ କୌଣସି ଏକ କାମରେ ଯାଇଥିଲେ । ଏହି ସମୟରେ କିଛି ଦୁର୍ବୃତ୍ତମାନେ ନାବାଳିକାର ପିଛା କରିଥିଲେ ଏବଂ ଅପହରଣ କରି ଏକ ନିଛାଟିଆ ସ୍ଥାନକୁ ନେଇଯାଇଥିଲେ । ସେଠାରେ ତାଙ୍କ ଦେହରେ ନିଆଁ ଲଗାଇଦେଇଥିଲେ । ନିଆଁ ଲାଗିବା ପରେ ଏଣେ ତେଣେ ଦୌଡ଼ିବାରେ ଲାଗିଥିଲେ ନାବାଳିକା । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ । ଗୁରୁତ୍ୱର ଅବସ୍ଥାରେ ନାବାଳିକାଙ୍କୁ ଭୁବନେଶର୍ୱ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତରିତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ