Masthead

ଗିରଫ ହେଲେ ଖଣି ଅଧିକାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗିରଫ ହେଲେ କୁବେର ଖଣି ଅଧିକାରୀ , ଖଣି ଉପନିର୍ଦ୍ଦେଶକଙ୍କ ଘରୁ ମିଳିଛି ଟଙ୍କାର ପାହାଡ଼ । ଗଣି ଗଣି ହାଲିଆ ଭିଜିଲାନ୍ସ ଅଧିକାରୀ ଏବଂ ୧୫ରୁ ଅଧିକ ଆକାଉଣ୍ଟ ଠାବ । ଡିଜିଟାଲ ଫୁଟପ୍ରିଣ୍ଟ ଯାଞ୍ଚ ପରେ ସାମ୍ନାକୁ ଆସିବ ଅଧିକ ତଥ୍ୟ । ରିମାଣ୍ଡରେ ଆଣି ଅଧିକ ପଚରାଉଚରା କରିବ ଭିଜିଲାନ୍ସ । ଭିଜିଲାନ୍ସ ଜାଲରେ ପଡ଼ିଥିବା କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରୁ ବର୍ତ୍ତମାନ ସୁଦ୍ଧା ୪ କୋଟି ଟଙ୍କା ଜବତ କରାଯାଇଛି । ଏଥିସହ ତାଙ୍କ ଅଫିସ୍ ଡ୍ରୟରରୁ ୧ ଲକ୍ଷ ୨୦ ହଜାର ଟଙ୍କା ଜବତ ହୋଇଛି।

ଖାଲି ଟଙ୍କା ନୁହେଁ, ବିପୁଳ ସୁନା ମଧ୍ୟ ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ । ପାଖାପାଖି ୧୩୦ ଗ୍ରାମ୍‌ ସୁନା ମିଳିଛି ବାବୁଙ୍କ ଘରୁ। ଭୁବନେଶ୍ବର ପାହାଳରେ ୨୪ ଶହ ବର୍ଗଫୁଟର ଏକ ଦୁଇ ମହଲା ଘର ମଧ୍ୟ  ରହିଛି । ଏବେବି ବାବୁଙ୍କ ସମ୍ପୂର୍ଣ୍ଣ ସମ୍ପତ୍ତିର ଆକଳନ କରୁଛି ଭିଜିଲାନ୍ସ । ବିଭିନ୍ନ ସ୍ଥାନରେ ରେଡ୍ ଚାଲିଥିବାରୁ ଆହୁରି ଲକ୍ଷ ଲକ୍ଷ ଟଙ୍କା ଜବତ ହୋଇପାରେ । ଜଣେ ବାବୁଙ୍କ ଘରୁ ୪ କୋଟିରୁ ଅଧିକ ଟଙ୍କା ମିଳିବା ଘଟଣା ଓଡ଼ିଶା ଭିଜିଲାନ୍ସ ଇତିହାସରେ ରେକର୍ଡ ବୋଲି କୁହାଯାଉଛି ।ଜଣେ ବ୍ୟବସାୟୀଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଥିଲା ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପାକିସ୍ତାନ ଲିଙ୍କ୍, ଯୁବକଙ୍କୁ ଉଠାଇନେଲା ପୋଲିସ 🔴 ଫେରିଲା ଆର୍ଟେମିସ୍ -୨ 🔴 ୫୦ ଫୁଟ ତଳକୁ ଖସିଲା OSRTC ବସ୍‌ 🔴 ଆଜିଠୁ କଲବଲ କରିବ ତାତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ!